Posted inଜାତୀୟ

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସିଦ୍ଧୁଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିଲାବେଳେ ସିଦ୍ଧୁ ଏକ ହାତୀ ଉପରେ ଚଡା ଦରଦାମ୍‌ ବୃଦ୍ଧି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ନିଷ୍ପତ୍ତି ପରେ ପ୍ରଥମ ଥର ପାଇଁ ସେ ଟୁଇଟ୍‌ କରି କହିଛନ୍ତି, ନିୟମ ପାଳନ କରିବି ଆର୍ଥାତ୍‌ ସୁପ୍ରିମକୋର୍ଟ ଦେଇଥିବା ଦଣ୍ଡ ମାନି ସେ ଜେଲ୍‌ ଯିବାକୁ ପ୍ରସ୍ତୁତ।
ସୂଚନାଯୋଗ୍ୟ, ୧୯୮୮ରେ ସିଦ୍ଧୁ ପଟିଆଲାରେ ରାସ୍ତା ମଝିରେ ଗାଡି ପାର୍କିଂ କରିଥିଲେ। ଏହି ସମୟରେ ଗୁରୁନାମ ସିଂ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍‌ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବୃଦ୍ଧଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ।
ଏହି ଘଟଣାରେ ସିଦ୍ଧୁ ଏବଂ ତାଙ୍କ ବନ୍ଧୁ ରୁପିନ୍ଦର ସିଂଙ୍କ ବିରୋଧରେ ପଟିଆଲା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା। ୧୯୯୯ରେ ସିଦ୍ଧୁଙ୍କୁ କୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଥିଲେ, କିନ୍ତୁ ୨୦୦୬ରେ ପଞ୍ଜାବ-ହରିୟାଣା ହାଇକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସିଦ୍ଧୁ ସେତେବେଳେ ଅମୃତସରର ଜଣେ ଭାଜପା ଏମ୍‌ପି ଥିଲେ। ଦଣ୍ଡ ପରେ ସେ ଇସ୍ତଫା ଦେଇଥିଲେ। ଏହା ପରେ ସିଦ୍ଧୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ।
ଏହି ମାମଲାରେ ସୁପ୍ରିମକୋର୍ଟ ୨୦୧୮ରେ ସିଦ୍ଧୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ସତ, ମାତ୍ର ଜେଲ୍‌ ଦଣ୍ଡ ନ ଦେଇ କେବଳ ମାତ୍ର ଏକ ହଜାର ଟଙ୍କା ଜୋରିମନା ଲଗାଇଥିଲେ। ଏହା ପରେ ପୀଡିତଙ୍କ ପରିବାର ପକ୍ଷରୁ ଏହା ଉପରେ ଏକ ରିଭ୍ୟୁ ପିଟିଶନ୍‌ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଭାରତୀୟ ଦଣ୍ଡବିଧି ସଂହିତା ଧାରା ୩୨୩ ଅନୁଯାୟୀ, ଏହି ଅପରାଧର ଦଣ୍ଡ ସର୍ବାଧିକ ଏକ ବର୍ଷ ଜେଲ କିମ୍ବା ୧୦୦୦ ଟଙ୍କା କିମ୍ବା ଉଭୟ ଅଟେ।

नवजोत सिंह सिद्धू का ट्वीट.


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?