Posted inଜାତୀୟ

ରାଜନୀତିରେ ଛକା ମାରିଲେ ସିଦ୍ଧୁ

ନୂଆଦିଲ୍ଲୀ,୧୮।୭: କଂଗ୍ରେସ ହାଇକମାଣ୍ଡ ନବଜ୍ୟୋତ ସିଂ ସିଦ୍ଧୁଙ୍କୁ ପଞ୍ଜାବ ପିସିସି ସଭାପତି ଭାବେ ରବିବାର ନିଯୁକ୍ତି ଦେଇଛନ୍ତି। ଫଳରେ ଦୀର୍ଘଦିନ ଧରି ଦଳରେ ଲାଗି ରହିଥିବା କଳ୍ପନାଜଳ୍ପନାର ଅବସାନ ହୋଇଛି। ଏଥିସହିତ ୪ ଜଣଙ୍କୁ ପିସିସିର କାର୍ଯ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି। ସେମାନେ ହେଲେ କୁଲ୍‌ଜିତ୍‌ ନାଗ୍ରା, ପଓ୍ବନ ଗୋଏଲ୍‌, ସୁଖଓ୍ବିନ୍ଦର ସିଂ ଡାନି ଏବଂ ସଙ୍ଗତ୍‌ ସିଂ ଗିଲିଆନ୍‌।

ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଏବଂ ବରିଷ୍ଠ ନେତା ସିଦ୍ଧୁଙ୍କ ମଧ୍ୟରେ କିଛିଦିନ ହେଲା ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିଥିଲା। ସିଦ୍ଧୁଙ୍କୁ ପିସିସି ମୁଖ୍ୟ କରିବାକୁ ବିରୋଧ କରି ୯ ଜଣ ଦଳୀୟ ଏମ୍‌ପି ପ୍ରତାପ ସିଂ ବାଜ୍‌ଓ୍ବାଙ୍କ ଦିଲ୍ଲୀ ବାସଭବନରେ ବୈଠକ କରିଥିଲେ। ସେହିପରି ୧୧ ଜଣ କଂଗ୍ରେସ ବିଧାୟକ ଅମରିନ୍ଦରଙ୍କ ସପକ୍ଷରେ ଦାବି କରିଥିଲେ। ଅମରିନ୍ଦର ଜଣେ ତୁଙ୍ଗ ଜନନେତା ହୋଇଥିବାରୁ ତାଙ୍କ କ୍ଷମତା ସଙ୍କୁଚିତ ନ କରିବାକୁ ବିଧାୟକମାନେ ହାଇକମାଣ୍ଡଙ୍କୁ ଅନୁରୋଧ କରଥିଲେ। ସିଦ୍ଧୁ ସମର୍ଥନ ଯୋଗାଡ଼ ପାଇଁ ରବିବାର ଅମରିନ୍ଦରଙ୍କ ନିର୍ବାଚନ ମଣ୍ଡଳୀକୁ ଯାଇ ୩୦ ଜଣ ଦଳୀୟ ନେତା ଓ ବିଧାୟକମାନଙ୍କୁ ଭେଟିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri