Posted inଜାତୀୟ

ସାଧାରଣତନ୍ତ୍ର ଦିବସରେ ମୁକୁଳିପାରନ୍ତି ସିଦ୍ଧୁ

ନୂଆଦିଲ୍ଲୀ,୨୯।୧୧: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଜେଲରୁ ମୁକଳିପାରନ୍ତି। ୧୯୮୮ରେ ହୋଇଥିବା ରୋଡ ରେଜ୍‌ ମାମଲାରେ ବର୍ତ୍ତମାନ ସେ ପଟିଆଲା ଜେଲରେ ସଜା କାଟୁଛନ୍ତି। ଜେଲରେ ସିଦ୍ଧୁଙ୍କ ଭଲ ସ୍ବଭାବ ଏବଂ ଉତ୍ତମ ଆଚରଣ ପାଇଁ ତାଙ୍କୁ ସାଧାରଣତନ୍ତ୍ର ଦିବସ ଅବସରରେ ମୁକ୍ତି ମିଳିପାରେ। ବର୍ତ୍ତମାନ ଜେଲରେ ସିଦ୍ଧୁ କିରାଣୀ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଜେଲ ନିୟମ ଅନୁଯାୟୀ ସେ ଏପର୍ଯ୍ୟନ୍ତ କୌଣସି ଛୁଟି ନେଇନାହାଁନ୍ତି।

ସୂଚନାଯୋଗ୍ୟ, ୩୪ ବର୍ଷ ପୁରୁଣା ଏକ ରୋଡ ରେଜ ମାମଲାରେ ସିଦ୍ଧୁଙ୍କୁ କୋର୍ଟ ଏକ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ। ୬ ମାସ ହେଲା ସେ ସଜା କାଟି ସାରିଲେଣି। ତେବେ ସାଧାରଣତନ୍ତ୍ର ଦିବସ ଅବସରରେ କଏଦୀମାନଙ୍କୁ ମୁକ୍ତ କରିବା ପାଇଁ ଜେଲ ପ୍ରଶାସନ ପକ୍ଷରୁ ଏକ ତାଲିକା ପ୍ରସ୍ତୁତ କରାଯାଇଛି। ଯେଉଁଥିରେ ସିଦ୍ଧୁଙ୍କ ନାଁ ରହିଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ସିଦ୍ଧୁ ଜେଲରୁ ମୁକୁଳିବେ ନା ନାହିଁ ସେନେଇ ପଞ୍ଜାବ ସରକାର ନିଷ୍ପତ୍ତି ନେବେ। ସିଦ୍ଧୁ ଜେଲରୁ ମୁକୁଳିବା ପରେ ତାଙ୍କୁ କଂଗ୍ରେସ ଗୁରୁଦାୟୀତ୍ୱ ଦେଇପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri