ପୁତ୍ର ସନ୍ତାନର ଜନନୀ ହେଲେ ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ ଚରଣ କୌର, ଫଟୋ ଶେୟାର କଲେ ପିତା

ଚଣ୍ଡିଗଡ଼,୧୭।୩: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସଓ୍ବୋଲଙ୍କ ଘରୁ ଏକ ଖୁସି ଖବର ଆସିଛି। ତାଙ୍କ ମାଆ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ମୁସେୱାଲାଙ୍କ ପିତା ବଲକୌର ସିଂ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି।
ସିଦ୍ଧୁ ମୁସୱାଲାଙ୍କ ପିତା ବଲକୌର ସିଂ ତାଙ୍କ ଛୋଟ ପୁଅରଫଟୋ ଶେୟାର କରିବାବେଳେ ଲେଖିଛନ୍ତି, ‘ଶୁଭଦୀପଙ୍କୁ ଭଲ ପାଉଥିବା ଲକ୍ଷ ଲକ୍ଷ ପ୍ରାଣର ଆଶୀର୍ବାଦରେ ଅନନ୍ତ ଭଗବାନ ଶୁଭଙ୍କ ସାନଭାଇଙ୍କୁ ଆମ କୋଳରେ ଦେଇଛନ୍ତି। ଈଶ୍ବରଙ୍କ ଆଶୀର୍ବାଦ ସହିତ ପରିବାର ସୁସ୍ଥ ଅଛନ୍ତି ଏବଂ ସମସ୍ତ ଶୁଭେଚ୍ଛୁମାନଙ୍କ ଅପାର ପ୍ରେମ ପାଇଁ ମୁଁ କୃତଜ୍ଞ।
ସୂଚନାଯୋଗ୍ୟ, ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ୨୦୨୨ ରେ ଗୁଳି କରି ହତ୍ୟା କରାଯାଇଥିଲା। ସିଦ୍ଧୁ ମୁସେୱାଲା ତାଙ୍କ ମାତାପିତାଙ୍କର ଏକମାତ୍ର ସନ୍ତାନ ଥିଲେ। ଏଭଳି ପରିସ୍ଥିତିରେ ତାଙ୍କ ମାତାପିତା ପରିବାରର ଉତ୍ତରାଧିକାରୀଙ୍କ ପାଇଁ ଆଇଭିଏଫ କୌଶଳ ମାଧ୍ୟମରେ ଗର୍ଭଧାରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ସିଦ୍ଧୁଙ୍କ ଭାଇଙ୍କ ଜନ୍ମ ଖବର ଆସିବା ମାତ୍ରେ ମୁସେୱାଲାଙ୍କ ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଗଲା। ଖବର ଲେଖିବା ପର୍ଯ୍ୟନ୍ତ, ସିଦ୍ଧୁଙ୍କ ପିତାଙ୍କ ଏହି ପୋଷ୍ଟକୁ ପ୍ରାୟ ୨ ଲକ୍ଷ ଲାଇକ ଏବଂ ୩୫୦୦ ରୁ ଅଧିକ କମେଣ୍ଟ ମିଳିଛି।
ସୂଚନାଯୋଗ୍ୟ, ୨୯ମେ ୨୦୨୨ରେ ପଞ୍ଜାବର ମାନସା ଜିଲାରେ ପ୍ରସିଦ୍ଧ ପଞ୍ଜାବୀ ଗାୟକ ଶୁଭଦୀପ ସିଂ ସିଦ୍ଧୁ ଓରଫ ସିଦ୍ଧୁ ମୁସେୱାଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସର ସୂଚନାନୁସାରେ, ସିଦ୍ଧୁ ମୁସେୱାଲାଙ୍କ ହତ୍ୟାରେ ମହିନ୍ଦ୍ରା ବୋଲେରୋ ଏବଂ ଟୟୋଟା କରୋଲା ନାମକ ଦୁଇଟି ମଡ୍ୟୁଲ ବ୍ୟବହାର କରାଯାଇଥିଲା। ଏହି ହତ୍ୟାକାଣ୍ଡ ପାଇଁ ଗୋଲ୍ଡି ବ୍ରାର ଏବଂ ଲରେନ୍ସ ବିଷ୍ଣୋଇ ନିଜକୁ ଦାୟୀ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri