Posted inଜାତୀୟ

କ୍ୟାପଟେନ ଅମରିନ୍ଦର ସିଂଙ୍କ ଗୋଟିଏ ଗୁଳିରେ ଦୁଇଟି ଶିକାର!

ଚଣ୍ଡିଗଡ଼,୧ ।୭: ଗୋଟିଏ ପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ସିଦ୍ଧୁଙ୍କୁ ନେଇ ପଞ୍ଜାବ ରାଜନୀତିରେ ଥିବା ଅର୍ନ୍ତକଳହ ଶେଷ ହେବ ବୋଲି ଆଲୋଚନା ହେଉଛି । ଏତିକି ବେଳେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ଲଞ୍ଜ ଡିପ୍ଲୋମାସି ବି ଆସିଛି ଚର୍ଚ୍ଚାକୁ । ଗୁରୁବାର ମୁଖ୍ୟମନ୍ତ୍ରୀ ଚଣ୍ଡିଗଡ଼ରେ ନିଜ ନେତାମାନଙ୍କୁ ନେଇ ଲଞ୍ଚ କରିବା ସହ ମିଟିଂ ବି କରିଛନ୍ତି । ଏଥିରୁ ସ୍ପଷ୍ଟ ହେଉଛି କି ଅମରିନ୍ଦର ଗୋଟିଏ ଗୁଳିରେ ଦୁଇଟି ଶିକାର ଲକ୍ଷ୍ୟରେ ଅଛନ୍ତି । ଏହି ବୈଠକରୁ ସ୍ପଷ୍ଟ ହୋଇଛି ଯେ ମୁଖ୍ୟମନ୍ତ୍ରୀ ନିଜ ନେତାମାନଙ୍କୁ ନେଇ ଶକ୍ତି ପ୍ରଦର୍ଶନ କରିବାରେ ସଫଳ ହୋଇଛନ୍ତି ।ଏହାସହ ଏହି ବାର୍ତ୍ତା ମଧ୍ୟ ଦେଇଛନ୍ତି ସିଦ୍ଧୁଙ୍କୁ ନେଇ ଯେଉଁ ଫର୍ମୁଲା ତିଆରି ହୋଇଛି ଏହାକୁ ପଞ୍ଜାବର ସମସ୍ତ କଂଗ୍ରେସ ନେତାଙ୍କୁ ମାନିବାକୁ ପଡିବ । ସୂଚନାଯୋଗ୍ୟ, ଅମରିନ୍ଦର ଡାକିଥିବା ଲଞ୍ଚ ମିଟିଂରେ ୫ ଏମ୍‌ପି, ୨୦ ବିଧାୟକ, ୮ କ୍ୟାବିନେଟ ମନ୍ତ୍ରୀ, ୩୦ ଜିଲାଧ୍ୟକ୍ଷ ସମେତ ଆଉ କେତେଜଣ ବଡ ବଡ ନେତା ବି ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri