Posted inଜାତୀୟ

ଆତ୍ମସମର୍ପଣ ପାଇଁ ସମୟ ମାଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୨୦।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ସିଦ୍ଧୁଙ୍କୁ ଶୁକ୍ରବାର ପଟିଆଲା କୋର୍ଟରେ ଆତ୍ମସମର୍ପଣ କରିବାର ଥିଲା। କିନ୍ତୁ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସେ ଆତ୍ମସମର୍ପଣ ପାଇଁ ଗୋଟିଏ ସପ୍ତାହ ସୁପ୍ରିକୋର୍ଟଙ୍କୁ ସମୟ ମାଗିଛନ୍ତି। ନବଜୋତ ସିଂ ସିଦ୍ଧୁଙ୍କ ତରଫରୁ ତାଙ୍କ ଓକିଲ ଅଭିଷେକ ମନୁ ସିଂଘବି ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଆତ୍ମସମର୍ପଣ ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିକଟରେ ସମୟ ମାଗିଛନ୍ତି।
ସୂଚନାଯୋଗ୍ୟ, ୧୯୮୮ରେ ସିଦ୍ଧୁ ପଟିଆଲାରେ ରାସ୍ତା ମଝିରେ ଗାଡି ପାର୍କିଂ କରିଥିଲେ। ଏହି ସମୟରେ ଗୁରୁନାମ ସିଂ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍‌ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବୃଦ୍ଧଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ।
ଏହି ଘଟଣାରେ ସିଦ୍ଧୁ ଏବଂ ତାଙ୍କ ବନ୍ଧୁ ରୁପିନ୍ଦର ସିଂଙ୍କ ବିରୋଧରେ ପଟିଆଲା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା। ୧୯୯୯ରେ ସିଦ୍ଧୁଙ୍କୁ କୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଥିଲେ, କିନ୍ତୁ ୨୦୦୬ରେ ପଞ୍ଜାବ-ହରିୟାଣା ହାଇକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସିଦ୍ଧୁ ସେତେବେଳେ ଅମୃତସରର ଜଣେ ଭାଜପା ଏମ୍‌ପି ଥିଲେ। ଦଣ୍ଡ ପରେ ସେ ଇସ୍ତଫା ଦେଇଥିଲେ। ଏହା ପରେ ସିଦ୍ଧୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ।
ଏହି ମାମଲାରେ ସୁପ୍ରିମକୋର୍ଟ ୨୦୧୮ରେ ସିଦ୍ଧୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ସତ, ମାତ୍ର ଜେଲ୍‌ ଦଣ୍ଡ ନ ଦେଇ କେବଳ ମାତ୍ର ଏକ ହଜାର ଟଙ୍କା ଜୋରିମନା ଲଗାଇଥିଲେ। ଏହା ପରେ ପୀଡିତଙ୍କ ପରିବାର ପକ୍ଷରୁ ଏହା ଉପରେ ଏକ ରିଭ୍ୟୁ ପିଟିଶନ୍‌ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଭାରତୀୟ ଦଣ୍ଡବିଧି ସଂହିତା ଧାରା ୩୨୩ ଅନୁଯାୟୀ, ଏହି ଅପରାଧର ଦଣ୍ଡ ସର୍ବାଧିକ ଏକ ବର୍ଷ ଜେଲ କିମ୍ବା ୧୦୦୦ ଟଙ୍କା କିମ୍ବା ଉଭୟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri