Posted inଜାତୀୟ

ଆତ୍ମସମର୍ପଣ ପାଇଁ ସମୟ ମାଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୨୦।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ସିଦ୍ଧୁଙ୍କୁ ଶୁକ୍ରବାର ପଟିଆଲା କୋର୍ଟରେ ଆତ୍ମସମର୍ପଣ କରିବାର ଥିଲା। କିନ୍ତୁ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସେ ଆତ୍ମସମର୍ପଣ ପାଇଁ ଗୋଟିଏ ସପ୍ତାହ ସୁପ୍ରିକୋର୍ଟଙ୍କୁ ସମୟ ମାଗିଛନ୍ତି। ନବଜୋତ ସିଂ ସିଦ୍ଧୁଙ୍କ ତରଫରୁ ତାଙ୍କ ଓକିଲ ଅଭିଷେକ ମନୁ ସିଂଘବି ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଆତ୍ମସମର୍ପଣ ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିକଟରେ ସମୟ ମାଗିଛନ୍ତି।
ସୂଚନାଯୋଗ୍ୟ, ୧୯୮୮ରେ ସିଦ୍ଧୁ ପଟିଆଲାରେ ରାସ୍ତା ମଝିରେ ଗାଡି ପାର୍କିଂ କରିଥିଲେ। ଏହି ସମୟରେ ଗୁରୁନାମ ସିଂ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍‌ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବୃଦ୍ଧଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ।
ଏହି ଘଟଣାରେ ସିଦ୍ଧୁ ଏବଂ ତାଙ୍କ ବନ୍ଧୁ ରୁପିନ୍ଦର ସିଂଙ୍କ ବିରୋଧରେ ପଟିଆଲା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା। ୧୯୯୯ରେ ସିଦ୍ଧୁଙ୍କୁ କୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଥିଲେ, କିନ୍ତୁ ୨୦୦୬ରେ ପଞ୍ଜାବ-ହରିୟାଣା ହାଇକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସିଦ୍ଧୁ ସେତେବେଳେ ଅମୃତସରର ଜଣେ ଭାଜପା ଏମ୍‌ପି ଥିଲେ। ଦଣ୍ଡ ପରେ ସେ ଇସ୍ତଫା ଦେଇଥିଲେ। ଏହା ପରେ ସିଦ୍ଧୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ।
ଏହି ମାମଲାରେ ସୁପ୍ରିମକୋର୍ଟ ୨୦୧୮ରେ ସିଦ୍ଧୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ସତ, ମାତ୍ର ଜେଲ୍‌ ଦଣ୍ଡ ନ ଦେଇ କେବଳ ମାତ୍ର ଏକ ହଜାର ଟଙ୍କା ଜୋରିମନା ଲଗାଇଥିଲେ। ଏହା ପରେ ପୀଡିତଙ୍କ ପରିବାର ପକ୍ଷରୁ ଏହା ଉପରେ ଏକ ରିଭ୍ୟୁ ପିଟିଶନ୍‌ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଭାରତୀୟ ଦଣ୍ଡବିଧି ସଂହିତା ଧାରା ୩୨୩ ଅନୁଯାୟୀ, ଏହି ଅପରାଧର ଦଣ୍ଡ ସର୍ବାଧିକ ଏକ ବର୍ଷ ଜେଲ କିମ୍ବା ୧୦୦୦ ଟଙ୍କା କିମ୍ବା ଉଭୟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri