ଇସ୍ରୋ-ଭିସୁଟ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ସମ୍ବଲପୁର/ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ସହାୟତାରେ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଶର ପ୍ରଥମ ମହାକାଶ ଅନ୍ବେଷଣ କେନ୍ଦ୍ର ଖୋଲାଯିବ। ଏ ନେଇ ଇସ୍ରୋ ଓ ଭିସୁଟ୍‌ ମଧ୍ୟରେ ମଙ୍ଗଳବାର ଭର୍ଚୁଆଲ ଚୁକ୍ତି ସ୍ବାକ୍ଷର ହୋଇଛି। ଇସ୍ରୋ ଅଧ୍ୟକ୍ଷ ଡ. କେ. ଶିବନ, ବୈଜ୍ଞାନିକ ଡ. ଉମା ମହେଶ୍ୱରନ, ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କମିଶନର ସଞ୍ଜୟ ସିଂ, ଭିସୁଟ୍‌ କୁଳପତି ପ୍ରଫେସର ଅଟଳ ଚୌଧୁରୀ, ଇସ୍ରୋ ଡେପୁଟି ନିର୍ଦ୍ଦେଶକ ଡ. ବିଜନ ଦାସ ଉପସ୍ଥିତ ଥିଲେ। ଏହା ଦେଶ ତଥା ରାଜ୍ୟରେ ଇସ୍ରୋ ସହଯୋଗରେ ହୋଇଥିବା ପ୍ରଥମ ମହାକାଶ ଅନ୍ବେଷଣ କେନ୍ଦ୍ର। ଏ ନେଇ କୁଳପତି ଚୌଧୁରୀ କହିଛନ୍ତି, ଭିସୁଟ୍‌ ପାଇଁ ଏକ ଐତିହାସିକ ଦିନ, ଯାହା ଆଉ ଏକ ସଫଳତା ଆଣିଛି। ଛାତ୍ରୀଛାତ୍ରଙ୍କୁ ଏହା ପ୍ରେରଣା ଓ ମାର୍ଗଦର୍ଶନ ଦେବ ବୋଲି ସେ କହିଛନ୍ତି ା
ସୂଚନାଯୋଗ୍ୟ, ଇସ୍ରୋ ପକ୍ଷରୁ ମହାକାଶ ଅନ୍ବେଷଣ ଉପରେ ଦେଶର ୬ଟି ସ୍ଥାନରେ କେନ୍ଦ୍ର ଖୋଲିବାକୁ ୨୦୧୮ ଡିସେମ୍ବରରେ ଘୋଷଣା କରାଯାଇଥିଲା। ୨୦୧୯ ସେପ୍ଟେମ୍ବରରେ ଇସ୍ରୋର ଏକ ପ୍ରତିନିଧି ଦଳ ଭିସୁଟ୍‌ ପରିଦର୍ଶନ କରି ଫେରିବା ପରେ ଏଠାରେ ମହାକାଶ ଅନ୍ବେଷଣ କେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା। ଇସ୍ରୋ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଗାଇଡ୍‌ କରାଯିବ। ଏଥିପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରହିଛି। ୩ଟି ପର୍ଯ୍ୟାୟରେ ଇସ୍ରୋ ଏହି ଅନୁଦାନ ଯୋଗାଇ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri