ସିଗ୍‌ନାଲ୍‌ ବ୍ୟବସ୍ଥାର ହେବ ସୁପର ଚେକ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ ଦୁର୍ଘଟଣା ପରେ ରେଲଓ୍ବେ ବୋର୍ଡ ତତ୍ପରତା ପ୍ରକାଶ କରିଛି। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସିଗ୍‌ନାଲ ବ୍ୟବସ୍ଥାର ‘ସୁପର ଚେକ୍‌’ (ଯାଞ୍ଚ) କରିବାକୁ ବୋର୍ଡ ପକ୍ଷରୁ ସୋମବାର ସମସ୍ତ ୧୯ ରେଲଓ୍ବେ ଜୋନ୍‌କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଜୋନ୍‌ଗୁଡ଼ିକରେ ସୁରକ୍ଷାକୁ ନେଇ ରହିଥିବା ଅବହେଳା ଓ ଅନିୟମିତତା ସମ୍ପର୍କରେ ଜୁନ ୧୪ ସୁଦ୍ଧା ରିପୋର୍ଟ ଦେବାକୁ ବୋର୍ଡ ପକ୍ଷରୁ କୁହାଯାଇଛି। ଷ୍ଟେଶନରେ ଥିବା ସମସ୍ତ ରିଲେ ରୁମ୍‌ଗୁଡ଼ିକୁ ଭଲ ଭାବେ ଯାଞ୍ଚ କରି ଡବଲ୍‌ ଲକିଂ ବ୍ୟବସ୍ଥାକୁ

ନିଶ୍ଚିତ କରିବେ। ରେଳ ଲାଇନ୍‌ଗୁଡ଼ିକର ସଂଯୋଗ ଓ ବିଚ୍ଛେଦବେଳେ ସିଗ୍‌ନାଲିଂ ଆଣ୍ଡ୍‌ ଟେଲିକମ୍ୟୁନିକେଶନ (ଏସ୍‌ଆଣ୍ଡ୍‌ଟି) ଇକ୍ୟୁପମେଣ୍ଟକୁ ଗାଇଡଲାଇନ ଅନୁଯାୟୀ କଡ଼ାକଡ଼ି ଭାବେ ପାଳନ କରିବାକୁ ବୋର୍ଡ ପକ୍ଷରୁ ସମସ୍ତ ଜୋନ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ବୋର୍ଡର ଏଭଳି ତତ୍ପରତାକୁ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଛି। ଏହି ‘ସୁପର ଚେକ୍‌’ କେବଳ ଇଂଲିଶ ଶବ୍ଦ। ଯାଞ୍ଚର ବିଭିନ୍ନ ଶବ୍ଦ ସୃଷ୍ଟି କରାଯାଉଛି। ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି। ଏହାର ଅର୍ଥ କିଛି ନାହିଁ। ଏହା ଅଧିକ ଗୁରୁତ୍ୱ ଦିଏ ନାହିଁ ବୋଲି ରେଲଓ୍ବେର ଜଣେ ପୂର୍ବତନ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri