ଆଜିଠାରୁ ଶିକ୍ଷାନୁଷ୍ଠାନରେ ଦସ୍ତଖତ ଅଭିଯାନ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ନ୍ୟାୟ ପ୍ରଦାନ ସହ ଶିକ୍ଷାନୁଷ୍ଠାନ କ୍ୟାମ୍ପସକୁ ରାଗିଂ ମୁକ୍ତ କରାଇବା ପାଇଁ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍‌ଏଫ୍‌) ପକ୍ଷରୁ ରାଜ୍ୟବ୍ୟାପୀ ଦସ୍ତଖତ ସଂଗ୍ରହ ଅଭିଯାନ ପାଇଁ ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରୁ ଦସ୍ତଖତ ସଂଗ୍ରହ କରାଯିବ। ରୁଚିକା ଆତ୍ମହତ୍ୟା ଘଟଣାର ୧୨ ଦିନ ପରେ ମଧ୍ୟ ପୋଲିସ ଦୋଷୀଙ୍କୁ ଧରିବାରେ ବିଫଳ ହୋଇଛି। ସୁଇସାଇଡ୍‌ ନୋଟ୍‌ରେ ୩ଜଣ ସିନିୟର ମାନସିକ ନିର୍ଯାତନା ଦେଉଥିବା ଉଲ୍ଲେଖ ରହିଛି। ଏହା ସତ୍ତ୍ୱେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଥବା ୫-ଟି ବିଭାଗ ଏ ପର୍ଯ୍ୟନ୍ତ ବିଜେବି କଲେଜ କର୍ତ୍ତୃପକ୍ଷଙ୍କୁ କୈଫିୟତ ତଲବ କରିନାହାନ୍ତି। ଏହା ପୂର୍ବରୁ ଭୀମ ଭୋଇ ମେଡିକାଲ କଲେଜ, ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ, ବାଲେଶ୍ୱର ଓ ଢେଙ୍କାନାଳ ନର୍ସିଂ କଲେଜ ସମେତ ଚଳିତବର୍ଷ ଏପ୍ରିଲ ସୁଦ୍ଧା ୨୧ରୁ ଅଧିକ ରାଗିଂ ଘଟଣା ରାଜ୍ୟରେ ଘଟିସାରିଛି। ଅଳ୍ପ ଦିନ ତଳେ ଦେବଗଡ଼ ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରର ଛାତ୍ରୀ ସିଡିଏମ୍‌ଓଙ୍କ ନିକଟରେ ରାଗିଂ ଅଭିଯୋଗ ଆଣିଥିଲେ। ଅନ୍ୟପକ୍ଷରେ ରାଗିଂ ରୋକିବା ପାଇଁ ରାଜ୍ୟର ନିଜସ୍ବ ଆଇନ୍‌ ଓ ୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବରର ବ୍ୟବସ୍ଥା ନାହିଁ। ତେଣୁ ରାଗିଂ ରୋକିବା ପାଇଁ ବିଧାନସଭାରେ ଆଇନ ପ୍ରଣୟନ, ଶିକ୍ଷାନୁଷ୍ଠାନ ଓ ହଷ୍ଟେଲରେ ସିସିଟିଭି ଲଗାଯିବା, ଛାତ୍ର ସଂସଦ ନିର୍ବାଚନ କରାଯିିବା, ଓଡ଼ିଶା ମାନବାଧିକାର ଆୟୋଗଙ୍କ ତତ୍ତ୍ୱାବଧାନରେ ୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ଜାରି କରିିବା, ଶିକ୍ଷାବର୍ଷ ପ୍ରାରମ୍ଭରେ ଛାତ୍ରୀଛାତ୍ରଙ୍କୁ କାଉନ୍‌ସେଲିଂ କରାଇବା, ଆଣ୍ଟି ରାଗିଂ ସେଲକୁ କାର୍ଯ୍ୟକ୍ଷମ କରାଇବା ଓ ରୁଚିକାଙ୍କୁ ଅବିଳମ୍ବେ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରୁ ଦସ୍ତଖତ ସଂଗ୍ରହ କରାଯିବ ବୋଲି ଏଏଆଇଏସ୍‌ଏଫ୍‌ ରାଜ୍ୟ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?