ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ସାଇନ୍‌ବୋର୍ଡ

ନିରାକାରପୁର,୧ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ବିଭାଗ ଷ୍ଟେଶନ ଉନ୍ନତିକରଣଠାରୁ ଆରମ୍ଭ କରି ଟ୍ରେନ୍‌ ଭିତରେ ଯାତ୍ରୀ କିଭଳି ସୁରକ୍ଷିତ ଓ ଆରାମରେ ଯାତାୟାତ କରିପାରିବେ, ଟ୍ରେନ୍‌ଟି ଲାଇନ୍‌ରେ କିଭଳି ସୁବିଧାରେ ଯାଇପାରିବ ଓ ଦୂରରୁ କେଉଁଠି କ’ଣ ଅଛି ତାହା ବୋର୍ଡ ମାଧ୍ୟମରେ ବିଭିନ୍ନ ସ୍ଥାନରେ ସାଇନ୍‌ବୋର୍ଡ ଲଗାଯାଇଛି। ଯାହା ଫଳରେ ରେଳ ପାଇଲଟ ଜଣଙ୍କ ଆଗରେ କ’ଣ ଅଛି ଆରାମରେ ଜାଣି ପାରିବେ। ସେଥିପାଇଁ ଅନେକ କର୍ମଚାରୀ ନିୟୋଜିତ ରହିଛନ୍ତି। କିନ୍ତୁ କିଛି ତଳିଆ ଅଧିକାରୀମାନଙ୍କ ଅବହେଳା ଯୋଗୁ କିଛି କିଛି ସମୟରେ ଛୋଟ ବଡ ଟ୍ରେନ୍‌ ଦୁର୍ଘଟଣା ଘଟି ଜନଜୀବନ ହାନି ହେଉଛି। ଯାହାକି ରେଳ ବିଭାଗ ବହୁ କୋଟି ଟଙ୍କାର କ୍ଷତି ସହୁଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେସନ ଅଞ୍ଚଳରେ ଦେଖିବାକୁ ମିଳିଛି। ଦୀର୍ଘଦିନ ହେବ ଉକ୍ତ ରେଳ ଧାରଣା କଡ଼ ସଫା ନ ହେବାରୁ ଏହାର କଡ଼ରେ ଲାଗିଥିବା ସାଇନ୍‌ବୋର୍ଡରେ ବିଭିନ୍ନ ଅନାବନା ଲତା ମାଡି ଯାଇ ବୋର୍ଡ ଗୁଡ଼ିକ ଦେଖାଯାଉ ନ ଥିବା ବେଳେ କିଛି କିଛି ସ୍ଥାନରେ ବଡ଼ବଡ଼ ଗଛ ଉଠି ବିପଦ ସୃଷ୍ଟି କରୁଛି। ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଏହା ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ବୁଦ୍ଧିଜୀବୀ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri