ଜେଡ୍‌କଲ୍‌-ଏନ୍‌ଏଚ୍‌ପିସି ଏମ୍‌ଓୟୁ ସ୍ବାକ୍ଷର

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟର ୧୨ ଜଳଭଣ୍ଡାରରେ ଭାସମାନ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରାଯିିବ। ସମସ୍ତ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏଥିରୁ ପ୍ରାୟ ୫୦୦ ମେଗାଓ୍ବାଟ୍‌ ଶକ୍ତି ଉତ୍ପାଦନ କରାଯାଇପାରିବ। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ୨୫୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଏହି ପ୍ରକଳ୍ପ ପାଇଁ ପ୍ରାଥମିକ କାର୍ଯ୍ୟାଦେଶଠାରୁ କାର୍ଯ୍ୟ ଆରମ୍ଭ ପର୍ଯ୍ୟନ୍ତ ପ୍ରାୟ ୭ରୁ ୮ ମାସ ସମୟ ମଧ୍ୟରେ ଶେଷ ହେବ। ସୋମବାର ଓଏଚ୍‌ପିସି ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ଓଡ଼ିଶା ସବୁଜ ଶକ୍ତି ବିକାଶ ନିଗମ (ଜେଡ୍‌କଲ୍‌) ଏବଂ ଜାତୀୟ ଜଳ ବିଦ୍ୟୁତ୍‌ ନିଗମ (ଏନ୍‌ଏଚ୍‌ପିସି) ମଧ୍ୟରେ ଏ ନେଇ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଦେଢ଼ ବର୍ଷ ମଧ୍ୟରେ ଶେଷ ହେବ ବୋଲି ଆକଳନ କରାଯାଇଛି। ଏହା ହେବ ଦେଶର ସର୍ବବୃହତ୍‌ ସୌର ପ୍ରକଳ୍ପ। ଏହା ବିଶେଷ ଭାବେ ରାଜ୍ୟର ଆଦିବାସୀ ଅଧ୍ୟୁଷିତ ତଥା ଦୁର୍ଗମ ଅଞ୍ଚଳରେ ସ୍ଥାପିତ ହେବ। ଏହା କାର୍ଯ୍ୟକାରୀ ହେଲେ ଏ କ୍ଷେତ୍ରରେ ପର୍ଯ୍ୟାପ୍ତ ନିଯୁୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଜଳଭଣ୍ଡାର ଉପରେ ଏହାର ପ୍ୟାନେଲ୍‌ ସ୍ଥାପନ କରାଯିବା ଦୃଷ୍ଟିରୁ ଜମିର ବ୍ୟବହାର ବହୁମାତ୍ରାରେ ହ୍ରାସ ପାଇବ। ତା’ଛଡ଼ା ଜଳବାଷ୍ପୀକରଣକୁ ଏହା ରୋକିପାରିବ। ଏହି ପ୍ରକଳ୍ପକୁ ଓଡ଼ିଶା ଏବଂ ଭାରତ ସରକାରଙ୍କ ନୂତନ ଓ ଅକ୍ଷୟଶକ୍ତି ମନ୍ତ୍ରଣାଳୟର ଅଲଟ୍ରା ମେଗା ଅକ୍ଷୟ ଶକ୍ତି ପାର୍କ ଅଧୀନରେ ମିଳିତ ଭାବେ କାର୍ଯ୍ୟକାରୀ କରାଯିବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଦେଶର ଖାଦ୍ୟ ଓ ଶକ୍ତି ନିରାପତ୍ତାକୁ ସୁଦୃଢ଼ କରିପାରିବ। ରାଜ୍ୟରେ ଅକ୍ଷୟ ଶକ୍ତିର ବିକାଶ ପାଇଁ ରାଜ୍ୟ ସରକାର ଅକ୍ଷୟ ଶକ୍ତି ନୀତି-୨୦୧୬ କାର୍ଯ୍ୟକାରୀ କରିଛନ୍ତି। ୨୦୨୨ ରାଜ୍ୟରେ ୨୨୦୦ ମେଗାଓ୍ବାଟ୍‌ ସୌରଶକ୍ତି ଏବଂ ୫୫୦ ମେଗାଓ୍ବାଟ୍‌ର ଅଣ ସୌର ଅକ୍ଷୟ ଶକ୍ତି ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ରାଜ୍ୟରେ ବର୍ତ୍ତମାନ ୩୬୨ ମେଗାଓ୍ବାଟ୍‌ ସୌର ଶକ୍ତି ଓ ୭୭ ମେଗାଓ୍ବାଟ୍‌ର ଅଣ ସୌରଶକ୍ତି ଉତ୍ପାଦନ ହେଉଛି। ଗ୍ରୀଡ୍‌କୋ ରାଜ୍ୟ ବାହାରୁ ୭୫ ମେଗାଓ୍ବାଟ୍‌ ସୌର ଓ ୧୫୦ ମେଗାଓ୍ବାଟ୍‌ ପବନ ଶକ୍ତି ଖରିଦ୍‌ କରୁଛି।
ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ରକୁ ଜେଡ୍‌କଲ୍‌ ତରଫରୁ ମୁଖ୍ୟ ନିର୍ବାହୀ ଅଧିକାରୀ ଜି.ଆର୍‌. ଦାଶ ଏବଂ ଏନ୍‌ଏଚ୍‌ ପିସି ତରଫରୁ ନିର୍ବାହୀ ନିର୍ଦ୍ଦେଶକ ଆର୍‌.କେ. ଜୟସ୍ବାଲ୍‌ ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ଶକ୍ତିମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର ତାପଜ ବିଦ୍ୟୁତ୍‌ ବଦଳରେ ଜଳ ବିଦ୍ୟୁତ ପ୍ରକଳ୍ପ ନିମନ୍ତେ ପରିବେଶ ମଞ୍ଜୁରୀ ପ୍ରାଧାନ୍ୟକୁ ଅଗ୍ରାଧିକାର ଦେବା ଉପରେ ଚିନ୍ତା କରିବା ଆବଶ୍ୟକ। କାରଣ ତାପଜ କେନ୍ଦ୍ରରୁ ଥରେ ଧୂୂଆଁ ବାୟୁମଣ୍ଡଳକୁ ନିର୍ଗତ ହେଲେ ତାକୁ ଫେରେଇ ଅଣାଯାଇ ପାରିବ ନାହିଁ। କିନ୍ତୁ ଜଳ ବିଦ୍ୟୁତ ଯୋଜନା ପାଇଁ କଟାଯାଇଥିବା ବୃକ୍ଷ ସ୍ଥାନରେ ନୂତନ ବୃକ୍ଷ ରୋପଣ କରାଯାଇ ପରିବେଶର ସନ୍ତୁଳନ ରକ୍ଷା କରାଯାଇ ପାରିବ ବୋଲି ମନ୍ତ୍ରୀ କହିଛନ୍ତି। ଅକ୍ଷୟ ଶକ୍ତି ପ୍ରକଳ୍ପ ହୋଇଥିବା ହେତୁ ଏହା ରାଜ୍ୟର ଅକ୍ଷୟ ଶକ୍ତି ଉତ୍ପାଦନ ଆବଶ୍ୟକତାକୁ ପୂରଣ କରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏ ଦିଗରେ ସର୍ବଦା ସମ୍ମତି ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ଏ ନେଇ କ୍ୟାପ୍‌ଟେନ୍‌ ମିଶ୍ର କେନ୍ଦ୍ର ଶକ୍ତିମନ୍ତ୍ରୀ ଆର୍‌.କେ. ସିଂହଙ୍କୁ ଫୋନ ଯୋଗେ କୃତଜ୍ଞତା ଜଣାଇଛନ୍ତି।
ଏହି କାର୍ଯ୍ୟକ୍ରମରେ ଶକ୍ତି ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ, ଜେଡ୍‌କଲ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ବିଷ୍ଣପଦ ସେଠୀ,ଏନ୍‌ଏଚ୍‌ପିସିର ସ୍ବାଧୀନ ନିର୍ଦ୍ଦେଶକ ଯୁଗଳ କିଶୋର ମହାପାତ୍ର, ପୂର୍ବତନ ପ୍ରଶାସକ ବିବେକ ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri