ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା): କ୍ରମାଗତ ଭାବେ ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି ହେଉଛି। ଏପରିକି ଦେଶରେ ଗୃହ ଋଣ ପରିମାଣ ଆଶ୍ଚର୍ଯ୍ୟଜନକ ଭାବେ ବଢ଼ିବାରେ ଲାଗିଛି। ଗତ ୨ ବର୍ଷ ମଧ୍ୟରେ ଗୃହ ଋଣ ପରିମାଣ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ହୋଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ମୋଟ ଋଣ ୨୭.୨୩ ଲକ୍ଷ କୋଟିକୁ ବୃଦ୍ଧି ପାଇଛି। ୨୦୨୪ ମାର୍ଚ୍ଚରେ ବାଣିଜି୍ୟକ ରିୟଲ ଇଷ୍ଟେଟର ଋଣ ୪,୪୮,୧୪୫ କୋଟିରେ ପହଞ୍ଚିଥିବାବେଳେ ୨୦୨୨ ମାର୍ଚ୍ଚରେ ଏହା ମାତ୍ର ୨,୯୭,୨୩୧ କୋଟି ଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ରବିବାର ପ୍ରକାଶିତ ତଥ୍ୟରୁ ଏପରି ସୂଚନା ମିଳିଛି। ଆରବିଆଇ ତଥ୍ୟ ଅନୁଯାୟୀ, କୋଭିଡ ୧୯ ପରେ ଗୃହ କ୍ଷେତ୍ରର ଚାହିଦା ବହୁତ ବୃଦ୍ଧି ପାଇଛି। ଆବାସିକ ସମ୍ପତ୍ତି କ୍ରୟରେ ବହୁତ ବୃଦ୍ଧି ଘଟିଛି। ୨୦୨୪ ମାର୍ଚ୍ଚରେ ଗୃହ ପାଇଁ ବକେୟା ଋଣ ୨୭,୨୨,୭୨୦ କୋଟି ଟଙ୍କା ଥିଲା। ୨୦୨୩ ମାର୍ଚ୍ଚରେ ଏହି ସଂଖ୍ୟା ୧୯,୮୮,୫୩୨ କୋଟି ଏବଂ ୨୦୨୨ ମାର୍ଚ୍ଚରେ ୧୭,୨୬,୬୯୭ କୋଟି ଟଙ୍କା ଥିଲା। ଶିଳ୍ପ ବିଶେଷଜ୍ଞଙ୍କ ଅନୁଯାୟୀ, ଗତ ଆର୍ଥିକ ବର୍ଷରେ ଗୃହ ବିକ୍ରୟ ଏବଂ ମୂଲ୍ୟରେ ଏକ ବଡ଼ ଧରଣର ବୃଦ୍ଧି ଘଟିଛି। କୋଭିଡ ମହାମାରୀ ପରବର୍ତ୍ତୀ ସମୟରେ ସମସ୍ତ ମୂଲ୍ୟର ଘରଗୁଡିକର ଚାହିଦା ବୃଦ୍ଧି ପାଇଛି। ସୁଲଭ ଘରର ଚାହିଦା ବୃଦ୍ଧିରେ ସରକାରୀ ଉଦ୍ୟମ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଗୃହ ଋଣର ଏହି ଅଭିବୃଦ୍ଧି ଭବିଷ୍ୟତରେ ମଧ୍ୟ ସୁଦୃଢ଼ ରହିବ ବୋଲି ଆଶା କରାଯାଉଛି। କୋଭିଡ କାରଣରୁ ଅଟକି ରହିଥିବା କ୍ରେତାମାନେ ମଧ୍ୟ ଏହି ସମୟ ମଧ୍ୟରେ ଘର କିଣିଛନ୍ତି। ତେଣୁ ଆଗକୁ ଏହି ଋଣ ପରିମାଣ ୧୫ ରୁ ୨୦ ପ୍ରତିଶତ ହ୍ରାସ ହୋଇପାରେ। ତେବେ ଅର୍ଥନୀତି ବିଶେଷଜ୍ଞଙ୍କ ପ୍ରଥମ ପର୍ଯ୍ୟାୟରେ ସହରଗୁଡିକରେ ୨୦୨୦-୨୧ ଆର୍ଥିକ ବର୍ଷ ପରେ ଘରର ମୂଲ୍ୟ ୫୦ ରୁ ୧୦୦ ପ୍ରତିଶତ ବୃଦ୍ଧି ପାଇଛି। ଏହି କାରଣରୁ ପ୍ରତ୍ୟେକ ଘରର ବିକ୍ରୟ ଉପରେ ଋଣ ମଧ୍ୟ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri