ଅନୁଭା-ବାଲ୍‌କୋ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର

ନୂଆଦିଲ୍ଲୀ,୧୦।୧୦: ଦେଶର ପ୍ରମୁଖ କର୍କଟ ଚିକିତ୍ସାଳୟ ବେଦାନ୍ତର ବାଲକୋ ମେଡିକାଲ୍‌ ସେଣ୍ଟର (ବିଏମ୍‌ସି) ଏବଂ ଅନୁସନ୍ଧାନ ସଂସ୍ଥା ଅନୁଭା ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର ନିକଟରେ ସ୍ବାକ୍ଷରିତ ହୋଇଛି। ସେହି ଅନୁଯାୟୀ ବାଲକୋରେ କର୍କଟ ଜେନୋମିକ୍ସ ବାୟୋ ବ୍ୟାଙ୍କ ପାଇଁ ମିଳିତ ଭାବେ ରଣନୀତିକ ସହଯୋଗ ଘୋଷଣା କରାଯାଇଛି। ବିଶେଷ କରି ଭାରତରେ କର୍କଟ ରୋଗ ଉପରେ ଗବେଷଣାକୁ ଆହୁରି ତ୍ୱରାନ୍ବିତ କରାଇବା ପାଇଁ ଏହି ବୁଝାମଣା ହୋଇଥିବା ଉଭୟ ପକ୍ଷରୁ କୁହାଯାଇଛି।

ଛତିଶଗଡ଼ର ନ୍ୟୁ ରାୟପୁର ବିଏମସି ପରିସରରେ ଅନୁଭାର ସିଇଓ ଡା. ଜୋନାଥନ୍‌ ପିକର ଏବଂ ବିଏମସି ମେଡିକାଲ ନିର୍ଦ୍ଦେଶକ ଭବନା ସିରୋହିଙ୍କ ଉପସ୍ଥିତିରେ ରାଜିନାମା ସ୍ବାକ୍ଷର କରିଥିଲେ। ଏ ସମ୍ପର୍କରେ ବିଏମସିର ଅଧ୍ୟକ୍ଷ ଜ୍ୟୋତି ଅଗ୍ରୱାଲ କହିଛନ୍ତି, ଭାରତର କର୍କଟ ଯତ୍ନ କେନ୍ଦ୍ର ହେବାରେ ଏହା ଅନ୍ୟତମ ମାଇଲଖୁଣ୍ଟ ସ୍ଥାପନ କରିଛି। ଅନୁଭା ସହ ଆମର ସହଯୋଗ ସର୍ବୋତ୍ତମ ଜ୍ଞାନ, ଟେକ୍ନୋଲୋଜି ଏବଂ ଅନୁସନ୍ଧାନ ଜରିଆରେ ଭାରତୀୟଙ୍କୁ ଠିକ୍‌ ଔଷଧ ଓ ଚିକିତ୍ସା ଯୋଗାଇବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri