ସିଆଇଆଇ ସହ ଜେଏସ୍‌ଏଲ୍‌ର ବୁଝାମଣାପତ୍ର ସ୍ବାକ୍ଷର

ନୂଆଦିଲ୍ଲୀ,୨।୩: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ଏବଂ କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କ୍ରମକ୍ଷୟକୁ ଦୂରକରିବା ଏବଂ କ୍ଷୟକ୍ଷତିର ପ୍ରଭାବ ବିଷୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ଏମ୍‌ଓୟୁ ହୋଇଥିବା ଜଣାପଡିଛି।

ଏପରିକି ନୀତି ଆୟୋଗ ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର କୁଳପତି ଡ. ଭି.କେ.ସାରସ୍ବତ,ଇସ୍ପାତ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ରୁଚିକା ଗୋବିଲ, ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ଏବଂ ସିଆଇଆଇ-କୋରୋସନ ମ୍ୟାନେଜମେଣ୍ଟ କମିଟିର ଅଧ୍ୟକ୍ଷ ଡ. କାମାଚି ମୁଦାଲିଙ୍କ ଉପସ୍ଥିତିରେ ଉକ୍ତ ଏମ୍‌ଓୟୁ ଜେଏସ୍‌ଏଲ୍‌ର ନିର୍ଦ୍ଦେଶକ ବିଜୟ ଶର୍ମା ଏବଂ ସିଆଇଆଇର ନିର୍ବାହୀ ନିର୍ଦ୍ଦେଶକ ଓ ହେଡ୍‌ ସିଆଇଆଇ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ଫର୍‌ କମ୍ପିଟେଟିଭ୍‌ନେସ୍‌ ପିକେନ୍ଦର ପଲ୍‌ ସିଂହଙ୍କ ମଧ୍ୟରେ ଉକ୍ତ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଏହି ଏମ୍‌ଓୟୁ ପାଇଁ ଜିନ୍ଦଲ ଷ୍ଟେନ୍‌ଲେସ୍‌ ୨କୋଟିରୁ ଅଧିକ ପ୍ରାରମ୍ଭିକ କର୍ପସ ପାଣ୍ଠି ସ୍ଥିର କରାଯାଇଛି।

ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, କ୍ରମକ୍ଷୟ ଆମ ଜୀବନର ସମସ୍ତ ବର୍ଗକୁ ପ୍ରଭାବିତ କରିଥାଏ। ଏପରିକି ଭିତ୍ତିଭୂମି ନିରାପତ୍ତା ଏବଂ ପୁଞ୍ଜି ବିନିଯୋଗର କ୍ଷତିଠାରୁ ଆରମ୍ଭକରି ଅପରିଷ୍କାର ଓ ପ୍ରଦୂଷଣ ପର୍ଯ୍ୟନ୍ତ। ବିଶେଷକରି ଆକଳନ ଅନୁଯାୟୀ ପ୍ରତିବର୍ଷ କ୍ରମକ୍ଷୟ ଭାରତର ଜିଡିପିର ପ୍ରାୟ ୪% ଖର୍ଚ୍ଚ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri