ସିଜିୟୁରେ ଏସ୍‌ଆଇଏଚ୍‌ର ଗ୍ରାଣ୍ଡ ଫାଇନାଲ

ଭୁବନେଶ୍ୱର,୧୯।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ)ର ଗ୍ରାଣ୍ଡ ଫାଇନାଲ ରାଉଣ୍ଡ ୨୦୨୩ ଡିସେମ୍ବର ୧୯ରୁ ଅନୁଷ୍ଠିତ ହେବାକୁ ଯାଉଛି। ବିଶେଷ କରି ଶିକ୍ଷା ମନ୍ତ୍ରଣାଳୟର ଇନୋଭେଶନ୍‌ ସେଲ୍‌, ଏଆଇସିଟିଇ ଏବଂ ଆଇ ୪ସି ଦ୍ୱାରା ମିଳିତ ଭାବେ ୪୭ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନ ଓ ଇନ୍‌କ୍ୟୁବେଟରକୁ ସ୍ମାର୍ଟ ଇଣ୍ଡିଆ ହାକାଥନ୍‌ର ନୋଡାଲ୍‌ କେନ୍ଦ୍ର ଭାବେ ଚିହ୍ନଟ କରାଯାଇଛି। ଉକ୍ତ ନୋଡାଲ୍‌ କେନ୍ଦ୍ରଗୁଡ଼ିକରେ ସମଗ୍ର ପ୍ରକ୍ରିୟାକୁ ପରିଚାଳନା ଏବଂ ଅଧ୍ୟକ୍ଷତା କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟର ଇନୋଭେଶନ୍‌ ସେଲ୍‌ ଦ୍ୱାରା ଅଧିକାରୀ ନିଯୁକ୍ତି ହୋଇଛନ୍ତି। ସେହିଭଳି ଚଳିତବର୍ଷ ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି କ୍ୟାମ୍ପସକୁ ସ୍ମାର୍ଟ ଇଣ୍ଡିଆ ହାକାଥନ୍‌ ସଫ୍ଟଓ୍ବେର୍‌ ସଂସ୍କରଣକୁ ପରିଚାଳିତ କରିବା ପାଇଁ ଏକ ନୋଡାଲ ସେଣ୍ଟର ଭାବେ ଚୟନ କରାଯାଇଛି। ଅପରପକ୍ଷରେ ଶକ୍ତି ମନ୍ତ୍ରଣାଳୟର ୪ ସମସ୍ୟାର ସମାଧାନ କରିବା ପାଇଁ ମୋଟ ୨୧ ଦଳରୁ ପ୍ରାୟ ୧୨୬ ପ୍ରତିଯୋଗୀ ଏଠାରେ ପ୍ରତିଦ୍ୱନ୍ଦ୍ୱିତା କରିବେ ଏବଂ ପ୍ରତ୍ୟେକ ସମସ୍ୟା ଷ୍ଟେଟମେଣ୍ଟରେ ବିଜୟୀ ଦଳକୁ ୧ଲକ୍ଷ ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯିବାର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri