ଗାଡି ଯାଞ୍ଚବେଳେ ଏସ୍‌ଆଇଙ୍କୁ ପିଟିଲେ: ୨ଗିରଫ

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.)-ଗଞ୍ଜାମ ଥାନାରେ କାର୍ଯ୍ୟରତ ଏସ୍‌ଆଇ ଚନ୍ଦନ ବେହେରା ଶୁକ୍ରବାର ଗାଡି ଯାଞ୍ଚ କରୁଥିବାବେଳେ ୨ ଯୁବକ ତାଙ୍କୁ ଆକ୍ରମଣ କରିଛନ୍ତି। ଏନେଇ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରମ୍ଭା ଥାନା ନିଳାଦ୍ରୀପୁର ଗ୍ରାମର ସତୀଶ ସ୍ବାଇଁ (୩୦) ଓ ସୂର୍ଯ୍ୟକାନ୍ତ ସ୍ବାଇଁ(୨୫)।
ଗଞ୍ଜାମ ଥାନା ପକ୍ଷରୁ ଋଷିକୂଲ୍ୟା ବ୍ରିଜ୍‌ ନିକଟରେ ଯାନବାହନର କାଗଜପତ୍ର, ହେଲ୍‌ମେଟ ଓ ମାସ୍କ ଆଦି ଯାଞ୍ଚ କରାଯାଉଥିଲା। ଏହି ସମୟରେ ଗୋଟିଏ ବାଇକରେ ରମ୍ଭା ଥାନା ନିଳାଦ୍ରୀପୁରର ସତୀଶ, ସୂର୍ଯ୍ୟକାନ୍ତ ଓ କ୍ଷେତ୍ର ସ୍ବାଇଁ (୨୬) ବ୍ରହ୍ମପୁରରୁ ଗ୍ରାମକୁ ଫେରୁଥିଲେ। କେହି ମାସ୍କ ପିନ୍ଧି ନ ଥିବାବେଳେ ଗାଡି ଚାଳକ ମଧ୍ୟ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ପୋଲିସ ବାଇକ ଅଟକାଇ ପଚାରିବାରୁ ସୂର୍ଯ୍ୟକାନ୍ତ ଗାଳିଗୁଲଜ କରିଥିଲେ। ଏସ୍‌ଆଇ ଚନ୍ଦନ ବେହେରା ବାରଣ କରିବାରୁ ତାଙ୍କ ମୁହଁକୁ ବାଇକ୍‌ ଚାବିରେ ଭୂଷି ଦେଇଥିଲେ। ସେ ତଳେ ପଡିଯିବା ପରେ ତାଙ୍କୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଓ ଅନ୍ୟ କର୍ମଚାରୀ ଆହତ ଚନ୍ଦନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଗଞ୍ଜାମ ମେଡିକାଲକୁ ନେଇଥିଲେ। ପରେ ଅନ୍ୟ ପୋଲିସ କର୍ମଚାରୀ ସ୍ଥାନୀୟ ଜନସାଧାରଣଙ୍କ ସହାୟତାରେ ଦୁଇଜଣଙ୍କୁ ଗିରିଫ କରିଥିଲେ। ଗଞ୍ଜାମ ଥାନାରେ ନଂ.୧୧୦/୨୦ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri