ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ ନେଇ ଭବାନୀପାଟଣାରେ ବିଶାଳ ଶୋଭାଯାତ୍ରା

ଭବାନୀପାଟଣା,୧୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସୀମାନ୍ତରେ ଥିବା ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ଦାବି ନେଇ ସ୍ଥାନୀୟ ପ୍ରଭାବିତ ଅଞ୍ଚଳବାସୀଙ୍କ ପକ୍ଷରୁ ଶନିବାର ଭବାନୀପାଟଣାରେ ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଏହି ଶୋଭାଯାତ୍ରା ସହରର ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରୁ ବାହାରି ସହର ପରିକ୍ରମା ପରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚତ୍ଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର ୩ ଶହରୁ ଊଦ୍ଧର୍‌ବ ଗ୍ରାମର ୧୦ ହଜାର ଲୋକେ ସାମିଲ ହୋଇଥିଲେ। ପରେ ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ସିଜିମାଲି ଖଣି ଖନନ ହେଲେ ଥୁଆମୂଳ ରାମପୁର ଅଞ୍ଚଳର ଉନ୍ନତି ହେବା ସହ ବେକାରି ଓ ଦାଦନ ସମସ୍ୟା ଦୂର ହେବ। ତେଣୁ ଅଞ୍ଚଳର ୧୫,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଦସ୍ତଖତ ସହ ସିଜିମାଳି ଓ ମୈତ୍ରୀ କମ୍ପାନୀକୁ ସମର୍ଥନ କରୁଥିବା ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି। ବର୍ତ୍ତମାନ ସମୟରେ ଅଞ୍ଚଳର ୧୦ ହଜାରରୁ ଊର୍ଦ୍ଧ୍ୱ ପରିବାର ଆର୍ଥିକ, ସ୍ବାସ୍ଥ୍ୟ ସେବା, ଶିକ୍ଷା, ନିଯୁକ୍ତି ଆଦି କ୍ଷେତ୍ରରେ ସୁବିଧାସୁଯୋଗ ପାଉଛନ୍ତି। ଏହାସହ ଅନ୍ୟାନ୍ୟ ଉନ୍ନତିମୂଳକ କାର୍ଯ୍ୟ ମଧ୍ୟ ମୈତ୍ରୀ ଇନଫ୍ରା ତରଫରୁ କରାଯାଉଛି। ଏପରିସ୍ଥଳେ କେତେଜଣ ବାହାର ଲୋକ ଆସି ନିଜ ସ୍ବାର୍ଥ ପାଇଁ କମ୍ପାନୀକୁ ବିରୋଧ କରିବାକୁ ଅଞ୍ଚଳର ନିରୀହ ଆଦିବାସୀଙ୍କୁ ମତାଉଛନ୍ତି। ତେଣୁ ସେମାନଙ୍କୁ ଚିହ୍ନଟ କରି ଗିରଫ କରାଯାଉ ବୋଲି ଦାବି କରାଯାଇଛି। ଏହାର ଏକକିତା ନକଲ ମୁଖ୍ୟ ଶାସନ ସଚିବ, ଡିଜିପି, କୋରାପୁଟ ଡ଼ିଆଇଜି, ଆର୍‌ଡିସି ବ୍ରହ୍ମପୁର ଓ କଳାହାଣ୍ଡି ଏସ୍‌ପିଙ୍କୁ ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri