ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ ନେଇ ଭବାନୀପାଟଣାରେ ବିଶାଳ ଶୋଭାଯାତ୍ରା

ଭବାନୀପାଟଣା,୧୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସୀମାନ୍ତରେ ଥିବା ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ଦାବି ନେଇ ସ୍ଥାନୀୟ ପ୍ରଭାବିତ ଅଞ୍ଚଳବାସୀଙ୍କ ପକ୍ଷରୁ ଶନିବାର ଭବାନୀପାଟଣାରେ ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଏହି ଶୋଭାଯାତ୍ରା ସହରର ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରୁ ବାହାରି ସହର ପରିକ୍ରମା ପରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚତ୍ଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର ୩ ଶହରୁ ଊଦ୍ଧର୍‌ବ ଗ୍ରାମର ୧୦ ହଜାର ଲୋକେ ସାମିଲ ହୋଇଥିଲେ। ପରେ ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ସିଜିମାଲି ଖଣି ଖନନ ହେଲେ ଥୁଆମୂଳ ରାମପୁର ଅଞ୍ଚଳର ଉନ୍ନତି ହେବା ସହ ବେକାରି ଓ ଦାଦନ ସମସ୍ୟା ଦୂର ହେବ। ତେଣୁ ଅଞ୍ଚଳର ୧୫,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଦସ୍ତଖତ ସହ ସିଜିମାଳି ଓ ମୈତ୍ରୀ କମ୍ପାନୀକୁ ସମର୍ଥନ କରୁଥିବା ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି। ବର୍ତ୍ତମାନ ସମୟରେ ଅଞ୍ଚଳର ୧୦ ହଜାରରୁ ଊର୍ଦ୍ଧ୍ୱ ପରିବାର ଆର୍ଥିକ, ସ୍ବାସ୍ଥ୍ୟ ସେବା, ଶିକ୍ଷା, ନିଯୁକ୍ତି ଆଦି କ୍ଷେତ୍ରରେ ସୁବିଧାସୁଯୋଗ ପାଉଛନ୍ତି। ଏହାସହ ଅନ୍ୟାନ୍ୟ ଉନ୍ନତିମୂଳକ କାର୍ଯ୍ୟ ମଧ୍ୟ ମୈତ୍ରୀ ଇନଫ୍ରା ତରଫରୁ କରାଯାଉଛି। ଏପରିସ୍ଥଳେ କେତେଜଣ ବାହାର ଲୋକ ଆସି ନିଜ ସ୍ବାର୍ଥ ପାଇଁ କମ୍ପାନୀକୁ ବିରୋଧ କରିବାକୁ ଅଞ୍ଚଳର ନିରୀହ ଆଦିବାସୀଙ୍କୁ ମତାଉଛନ୍ତି। ତେଣୁ ସେମାନଙ୍କୁ ଚିହ୍ନଟ କରି ଗିରଫ କରାଯାଉ ବୋଲି ଦାବି କରାଯାଇଛି। ଏହାର ଏକକିତା ନକଲ ମୁଖ୍ୟ ଶାସନ ସଚିବ, ଡିଜିପି, କୋରାପୁଟ ଡ଼ିଆଇଜି, ଆର୍‌ଡିସି ବ୍ରହ୍ମପୁର ଓ କଳାହାଣ୍ଡି ଏସ୍‌ପିଙ୍କୁ ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri