Posted inଜାତୀୟ

ପଗଡ଼ି ଦ୍ୱାରା ଆହତ ସୈନ୍ୟଙ୍କ ଜୀବନ ବଞ୍ଚାଇଲେ ଶିଖ୍‌ ଯବାନ

ରାୟପୁର, ୬ା୪- ମାଓବାଦୀଙ୍କ ଆକ୍ରମଣରେ ଆହତ ହୋଇଥିବା ସୈନ୍ୟଙ୍କ ଜୀବନ ବଞ୍ଚାଇଛନ୍ତି ଶିଖ୍‌ ଯବାନ। ଆହତ ସୈନ୍ୟଙ୍କ ରକ୍ତ ରୋକିବା ପାଇଁ ଶିଖ ଯବାନ ପଗଡ଼ି ଖୋଲିଥିଲେ। ଏହାର କିଛି ସମୟ ପରେ ସାଥି ସୈନ୍ୟଙ୍କ ଜୀବନ ବଞ୍ଚାଇଥିତ୍ବା ଶିଖ ଯବାନଙ୍କୁ ଲାଗିଥିଲା ଗୁଳି।

କୋବ୍ରା କମାଣ୍ଡୋ ବଲରାଜ ସିଂ ଓ ତାଙ୍କ ଯୋଗୁ ମୃତ୍ୟୁ ମୁଖରୁ ଫେରି ଆସିଥିବା ସବ୍‌ ଇନ୍ସପେକ୍ଟ ଅଭିଷେକ ପାଣ୍ଡେ ଏବେ ରାୟପୁରର ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଛତିଶଗଡ଼ର ସୁକମା ଓ ବିଜାପୁର ଜିଲା ସିମାନ୍ତରେ ଶନିବାର ୪୦୦ ମାଓବାଦୀମାନେ ୩ ଆଡ଼ୁ ଗୁଳିବର୍ଷା କରିଥିଲେ। ଏଥିରେ ଶହୀଦ ହୋଇଥିଲେ ୨୨ ସୁରକ୍ଷା କର୍ମୀ।

ପେଟରେ ଗୁଳି ଖାଇଥିବା ବଲରାଜ କହିଛନ୍ତି, ପ୍ରାଥମିକ ଚିକିତ୍ସା ପ୍ରଦାନ କରୁଥିବା ଜବାନ ସ୍ପେଶାଲ ଟାସ୍କ ଫୋର୍ସର ଆହତ ଯବାନଙ୍କ ପାଖରେ ଥିଲେ। ସେହି ସମୟରେ ଗ୍ରେନେଡ୍‌ ବିସ୍ଫୋରଣରେ ଆହତ ହୋଇଥିଲେ ଅଭିଷେକ। ତାଙ୍କର ପ୍ରଚୁର ରକ୍ତସ୍ରାବ ହେଉଥିଲା। ମୁଁ ପଗଡ଼ି ଖୋଲି ଇନ୍ସପେକ୍ଟରଙ୍କ ଗୋଡ଼ରେ ବାନ୍ଧି ଦେଇଥିଲି। ୫ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଡରେ ୟୁବିଜିଏଲ ଓ ମୋଟାର୍ସ ଭଳି ଅସ୍ତ୍ରର ବ୍ୟବହାର କରିଥିଲେ ମାଓବାଦୀ। ଏହି ଏନକାଉଣ୍ଟରରେ ୨୦ରୁ ଅଧିକ ମାଓବାଦୀଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri