Posted inଜାତୀୟ

ୟୁସିସି ନେଇ ଦୁଇ ଭାଗ ଶିଖ୍‌ ସମାଜ…

ନୂଆଦିଲ୍ଲୀ,୮।୭ : ୟୁନିଫର୍ମ ସିଭିଲ କୋଡ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦgଙ୍କ ବିବୃତ୍ତି ପରଠାରୁ ସାରା ଦେଶରେ ଏହି ପ୍ରସଙ୍ଗରେ ଚର୍ଚ୍ଚା ଜୋର ଧରିଛି। ରାଜନୈତିକ ଦଳ ସହିତ ଧାର୍ମିକ ସଂଗଠନ ମଧ୍ୟ ଏହି ପ୍ରସଙ୍ଗରେ କ୍ରମାଗତ ଭାବରେ ନିଜର ମତାମତ ଦେଉଛନ୍ତି। ତେବେ ଶିଖ୍‌ ସମାଜ ୟୁସିସି ନେଇ ଦୁଇ ଭାଗରେ ବିଭକ୍ତ ହୋଇଥିବା ପରି ମନେହେଉଛି ବୋଲି ଚର୍ଚ୍ଚା ହେଉଛି। ବାସ୍ତବରେ ଶିଖ ସମ୍ପ୍ରଦାୟର ବୃହତ୍ତମ ସଂଗଠନ ଭାବେ ବିବେଚନା କରାଯାଉଥିବା ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ୟୁସିସିକୁ ବିରୋଧ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଦିଲ୍ଲୀ ଶିଖ ଗୁରୁଦ୍ୱାର ପରିଚାଳନା କମିଟିର ବୈଠକରେ ଡ୍ରାଫ୍ଟ ପ୍ରକାଶ ନ ହେବା ପର୍ଯ୍ୟନ୍ତ ୟୁସିସିକୁ ବିରୋଧ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ଅମୃତସରରେ ଏକ ସଭାର ଆୟୋଜନ କରିଥିଲା ଯେଉଁଥିରେ ସମାଜର ବୁଦ୍ଧିଜୀବୀମାନେ ଅଂଶଗ୍ରହଣ କରିଥିଲେ। ବୈଠକ ପରେ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ୟୁସିସିକୁ ବିରୋଧ କରିବାକୁ ନିଷ୍ପତ୍ତି ନେଇଥିଲା। ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସଭାପତି ହରିନ୍ଦର ସିଂ ଧାମି କହିଛନ୍ତି ଦେଶରେ ୟୁନିଫର୍ମ ସିଭିଲ କୋଡର କୌଣସି ଆବଶ୍ୟକତା ନାହିଁ, ଆମେ ଏହାକୁ ଦୃଢ଼ ବିରୋଧ କରୁଛୁ।
ସମ୍ବିଧାନ ମଧ୍ୟ ବିବିଧତା ମଧ୍ୟରେ ଏକତାର ସିଦ୍ଧାନ୍ତକୁ ସ୍ବୀକୃତି ଦେଇଥାଏ। ଶିଖ ସମାଜର ସମ୍ମାନ କୌଣସି ଆଇନ ଆଧାରରେ ପରୀକ୍ଷା କରାଯାଇପାରିବ ନାହିଁ।
ଏହାପୂର୍ବରୁ ଦିଲ୍ଲୀ ଶିଖ ଗୁରୁଦ୍ୱାର ପରିଚାଳନା କମିଟି ଦିଲ୍ଲୀରେ ଏକ ବୈଠକ କରିଥିଲା। ବୈଠକ ପରେ କମିଟିର ଅଧ୍ୟକ୍ଷ ହରମିତ ସିଂ କାଲ୍କା କହିଥିଲେ ୟୁସିସିର ଡ୍ରାଫ୍ଟ ଆମ ସାମ୍ନାକୁ ନ ଆସିବା ପର୍ଯ୍ୟନ୍ତ ଆମେ ଏହାକୁ ବିରୋଧ କରିବୁ ନାହିଁ।

ଏହା ସହିତ କାଲ୍କା ୟୁସିସି ବିଷୟରେ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟିକୁ ପ୍ରଶ୍ନ କରିଥିଲେ। କାଲ୍କା କହିଥିଲେ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ୟୁସିସିକୁ ବିରୋଧ କରିଛି, କିନ୍ତୁ ସେମାନେ କ’ଣ ପାଇଁ ବିରୋଧ କରୁଛନ୍ତି ତାହା କହିବା ଉଚିତ? ଡ୍ରାଫ୍ଟ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ପାଖରେ ପହଞ୍ଚିଛି କି?


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri