ଶିଖ୍‌ ମହିଳାଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ସ୍ବାମୀ

ଟରେଣ୍ଟୋ,୧୦ା୧୨: କାନାଡାର ସରେ ପ୍ରାନ୍ତରେ ନିଜ ଘରେ ୪୦ ବର୍ଷୀୟା ଶିଖ୍‌ ମହିଳାଙ୍କୁ ହତ୍ୟା କରାଯାଇଥିଲା। ତେବେ ଏହି ମାମଲାରେ ସ୍ବାମୀଙ୍କୁ ଗିରଫ କରାଯାଇଥିବା କାନାଡା ପୋଲିସ ସୂଚନା ଦେଇଛି। ସ୍ଥାନୀୟ ରିପୋର୍ଟରୁ ପ୍ରକାଶ ଯେ, ବୁଧବାର ବ୍ରିଟିଶ କଲମ୍ବିଆର ସରେ ସ୍ଥିତ ନିଜ ଘରେ ଅଭିଯୁକ୍ତ ସ୍ବାମୀ ହରପ୍ରୀତ କୌରଙ୍କୁ ଅନେକ ଥର ଛୁରିରେ ଭୁସିଥିଲେ।

ରୟାଲ କାନାଡୀୟ ମାଉଣ୍ଟେଡ ପୋଲିସ (ଆରସିଏମ୍‌ପି କହିଛି, ବୁଧବାର ରାତି ୯.୩୦ ପୂର୍ବରୁ ନ୍ୟୁଟନ ଅଞ୍ଚଳର ଏକ ବାସଭବନରେ ଜଣେ ମହିଳାଙ୍କୁ ଛୁରାମାଡ଼ କରାଯାଇଥିବା ଖବର ପୋଲିସ ପାଇଥିଲା। ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ସେମାନେ ଜଣେ ମହିଳାଙ୍କ ଜୀବନ ପ୍ରତି ବିପଦ ଥିବା ଦେଖିବାକୁ ପାଇଥିଲେ। ରିପୋର୍ଟ ଅନୁଯାୟୀ, ଅଧିକାରୀମାନେ ମହିଳାଙ୍କୁ ଡାକ୍ତରଖାନା ନେଇଥିଲେ, ସେଠାରେ ସେ ମୃତ୍ୟୁବରଣ କରିଥିଲେ।

ରିପୋର୍ଟ ଅନୁଯାୟୀ, ଇଣ୍ଟିଗ୍ରେଟେଡ୍‌ ହୋମସାଇଡ୍‌ ଇନ୍‌ଭେଷ୍ଟିଗେଶନ ଟିମ୍‌ (ଆଇଏଚଆଇଟି)ର ସର୍ଜେଣ୍ଟ ଟିମୋଥି ପିଆରୋଟି ହତ୍ୟାକାଣ୍ଡର ତଦନ୍ତ କରୁଛନ୍ତି। ରିପୋର୍ଟରେ କୁହାଯାଇଛି, ହରପିତ୍‌ଙ୍କ ସ୍ବାମୀଙ୍କ ଛୁରାମାଡ଼ କରିବା ପରେ ଘଟଣାସ୍ଥଳରୁ ସନ୍ଦେହଜନକ ଭାବେ ଗିରଫ କରାଯାଇଥିଲା। ତେବେ ପରେ ତାଙ୍କୁ ମୁକ୍ତ କରାଯାଇଥିଲା। ହତ୍ୟା ବିଷୟରେ ସୂଚନା ଥିବା ବ୍ୟକ୍ତିଙ୍କୁ ଆଗକୁ ଆସି ସୂଚନା ଦେବାକୁ ପୋଲିସ ନିବେଦନ କରିଛି, ଯାହାଫଳରେ ଏହି ମାମଲାରେ ଅଧିକ ତଥ୍ୟ ସଂଗ୍ରହ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri