Posted inଖେଳ

ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଧାଓ୍ବନ କଲେ ଏମିତି କାମ

ମୁମ୍ବାଇ,୧୨।୪: ଦିଲ୍ଲୀ କ୍ୟାପିଟାଲ୍ସ ଓପନର୍‌ ଶିଖର ଧାୱନ ଆଇପିଏଲ ୨୦୨୧ର ପ୍ରଥମ ମ୍ୟାଚ୍‌ରେ ଚମତ୍କାର ବ୍ୟାଟିଂ କରିଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଧାୱନ ପୁଣି ଥରେ ଚେନ୍ନାଇ ବିପକ୍ଷରେ ନିଜର ଅର୍ଦ୍ଧଶତକ ହାସଲ କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଠାରେ ଖେଳାଯାଇଥିବା ମ୍ୟାଚରେ ସେ ୫୪ ବଲରୁ ୮୫ ରନ୍‌ର ପାଳି ଖେଳି ମ୍ୟାଚ ଜିତାଇଥିଲେ। ଧାୱନ ମଧ୍ୟ ଏହି ସମୟ ମଧ୍ୟରେ ଅନେକ ରେକର୍ଡ କରିଥିଲେ। ଶିଖର ତାଙ୍କ ଇନିଂସରେ ୧୦ ଚୌକା ଓ ଦୁଇଟି ଛକା ମାରିଥିଲେ। ଏହା ସହ ସେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଆଇପିଏଲ ଇତିହାସରେ ୬୦୦ ଚୌକା ମାରିଥିଲେ। ସେ ୧୭୬ ଇନିଂସରେ ୬୦୧ ଚୌକା ମାରିଛନ୍ତି। ତାଙ୍କ ପରେ ଡେଭିଡ ୱାର୍ଣ୍ଣର ଅଛନ୍ତି, ଯିଏ ୧୪୨ଇନିଂସରେ ୫୧୦ ଚୌକା ମାରିଛନ୍ତି। ଧାୱନ ମଧ୍ୟ ତାଙ୍କ ନାମରେ ଆଉ ଏକ ସଫଳତା ହାସଲ କରି ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ସମସ୍ତ ଟି -୨୦ ମ୍ୟାଚରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଧାୱନ ସିଏସ୍‌କେ ବିପକ୍ଷରେ ୯୧୦ ରନ ସଂଗ୍ରହ କରିଥିବାବେଳେ ବିରାଟ ୯୦୧ ରନ ସ୍କୋର କରିଛନ୍ତି। ଆଇପିଏଲରେ ୫୦ରୁ ଅଧିକ ସ୍କୋର କରିବା ଦୃଷ୍ଟିରୁ ବିରାଟ କୋହଲିଙ୍କ ସହ ଧାୱନ ମିଳିତ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଉଭୟ ଖେଳାଳି ଏବେ ୪୪ ଥର ଏହି ରେକର୍ଡ କରିଛନ୍ତି । ତେବେ ଏହି ମାମଲାରେ ପ୍ରଥମ ସ୍ଥାନରେ ଥିବା ୱାର୍ଣ୍ଣର ୫୨ଥର ଏହି କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri