Posted inଖେଳ

ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଧାଓ୍ବନ କଲେ ଏମିତି କାମ

ମୁମ୍ବାଇ,୧୨।୪: ଦିଲ୍ଲୀ କ୍ୟାପିଟାଲ୍ସ ଓପନର୍‌ ଶିଖର ଧାୱନ ଆଇପିଏଲ ୨୦୨୧ର ପ୍ରଥମ ମ୍ୟାଚ୍‌ରେ ଚମତ୍କାର ବ୍ୟାଟିଂ କରିଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଧାୱନ ପୁଣି ଥରେ ଚେନ୍ନାଇ ବିପକ୍ଷରେ ନିଜର ଅର୍ଦ୍ଧଶତକ ହାସଲ କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଠାରେ ଖେଳାଯାଇଥିବା ମ୍ୟାଚରେ ସେ ୫୪ ବଲରୁ ୮୫ ରନ୍‌ର ପାଳି ଖେଳି ମ୍ୟାଚ ଜିତାଇଥିଲେ। ଧାୱନ ମଧ୍ୟ ଏହି ସମୟ ମଧ୍ୟରେ ଅନେକ ରେକର୍ଡ କରିଥିଲେ। ଶିଖର ତାଙ୍କ ଇନିଂସରେ ୧୦ ଚୌକା ଓ ଦୁଇଟି ଛକା ମାରିଥିଲେ। ଏହା ସହ ସେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଆଇପିଏଲ ଇତିହାସରେ ୬୦୦ ଚୌକା ମାରିଥିଲେ। ସେ ୧୭୬ ଇନିଂସରେ ୬୦୧ ଚୌକା ମାରିଛନ୍ତି। ତାଙ୍କ ପରେ ଡେଭିଡ ୱାର୍ଣ୍ଣର ଅଛନ୍ତି, ଯିଏ ୧୪୨ଇନିଂସରେ ୫୧୦ ଚୌକା ମାରିଛନ୍ତି। ଧାୱନ ମଧ୍ୟ ତାଙ୍କ ନାମରେ ଆଉ ଏକ ସଫଳତା ହାସଲ କରି ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ସମସ୍ତ ଟି -୨୦ ମ୍ୟାଚରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଧାୱନ ସିଏସ୍‌କେ ବିପକ୍ଷରେ ୯୧୦ ରନ ସଂଗ୍ରହ କରିଥିବାବେଳେ ବିରାଟ ୯୦୧ ରନ ସ୍କୋର କରିଛନ୍ତି। ଆଇପିଏଲରେ ୫୦ରୁ ଅଧିକ ସ୍କୋର କରିବା ଦୃଷ୍ଟିରୁ ବିରାଟ କୋହଲିଙ୍କ ସହ ଧାୱନ ମିଳିତ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଉଭୟ ଖେଳାଳି ଏବେ ୪୪ ଥର ଏହି ରେକର୍ଡ କରିଛନ୍ତି । ତେବେ ଏହି ମାମଲାରେ ପ୍ରଥମ ସ୍ଥାନରେ ଥିବା ୱାର୍ଣ୍ଣର ୫୨ଥର ଏହି କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?