ସିକ୍କିମ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ

ଭୁବନେଶ୍ୱର,୩୦।୫: ସିକ୍କିମରେ ଏକ ବଡ଼ ଅଘଟଣ ଘଟିଛି। ବୁଲିବା ପାଇଁ ଯାଇଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ପର୍ଯ୍ୟଟକ। ପ୍ରାୟ ହଜାରେ ଫୁଟ ତଳକୁ ଏକ କାର୍‌ ତିସ୍ତା ନଦୀକୁ ଖସି ପଡିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୯ ଜଣ ନିଖୋଜ ଅଛନ୍ତି। ନିଖୋଜଙ୍କ ମଧ୍ୟରେ ଯାଜପୁରର ଭାଜପା ନେତ୍ରୀ ଇତିଶ୍ରୀ ଜେନା ମଧ୍ୟ ରହିଥିବା ସୂଚନା ମିଳିଛି। ହେଲେ ଦୁର୍ଘଟଣାରେ ଇତିଶ୍ରୀଙ୍କ ପୁଅ ଏବଂ ପୁତୁରା ସୁରକ୍ଷିତ ଉଦ୍ଧାର ହୋଇଥିବା କୋରେଇ ବିଧାୟକ ଆକାଶ ଦାସ ନାୟକ ଗଣମାଧ୍ୟମକୁ ଶୁକ୍ରବାର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ଇତିଶ୍ରୀ ପରିବାରର ୧୧ ଜଣଙ୍କ ସହ ବୁଲିବାକୁ ଯାଇଥିଲେ। ୨ଟି ଗାଡ଼ିରେ ଯାଇଥିବା ବେଳେ ଗୋଟିଏ ଗାଡ଼ି ଖାଇରେ ଖସି ପଡ଼ିଥିଲା। ଅନ୍ୟପକ୍ଷେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି।

ଦୁର୍ଘଟଣାର ଶିକାର ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ଚିକିତ୍ସା ଯୋଗାଇ ଦେବାକୁ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିବା ସହ ଏକ ସ୍ବତନ୍ତ୍ର ଟିମ୍‌ ସିକିମ ଯିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri