Posted inଜାତୀୟ

୫୬ରେ ପହଞ୍ଚିଲା ସିକିମ୍‌ ବନ୍ୟା ମୃତ୍ୟୁସଂଖ୍ୟା, ଏବେ ବି ଶତାଧିକ ନିଖୋଜ

ନୂଆଦିଲ୍ଲୀ,୮। ୧୦:  ସିକିମ୍‌ରେ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ଶନିବାର ୫୬ରେ ପହଞ୍ଚିଥିବାବେଳେ ଏବେ ବି ଶତାଧିକ ନିଖୋଜ ଅଛନ୍ତି। ସିକିମ୍‌ରୁ ୨୬ ମୃତଦେହ ମିଳିଥିବାବେଳେ ୩୦ ମୃତଦେହ ପଶ୍ଚିମବଙ୍ଗର ତିସ୍ତା ନଦୀ ଅବବାହିକାରୁ ମିଳିଛି। ଯବାନଙ୍କ ସମେତ ୧୪୨ ଜଣଙ୍କ ପତ୍ତା ମିଳୁ ନ ଥିବାରୁ ଖୋଜାଖୋଜି ଜାରି ରହିଛି। ସିକିମ୍‌ର ମଙ୍ଗାନ ଜିଲାରୁ ୪ ମୃତଦେହ ମିଳିଥିବାବେଳେ ଗାଙ୍ଗଟକ୍‌ରୁ ୬, ପକ୍ୟୋଙ୍ଗ୍‌ ଜିଲାରୁ ୭ ଯବାନଙ୍କ ସମେତ ୧୬ ମୃତଦେହ ମିଳିଛି। ସେହିପରି ପଶ୍ଚିମବଙ୍ଗର ତିସ୍ତା ଅବବାହିକାରେ ଥିବା ସିଲିଗୁଡ଼ି, ଜଲପାଇଗୁଡ଼ି, କୁଚ୍‌ ବିହାର ଜିଲାରୁ ଅନ୍ୟ ୩୦ ମୃତଦେହ ଠାବ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ବାଦଲଫଟା ବର୍ଷାଜନିତ ବନ୍ୟା ଆସି ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ୧,୨୦୦ରୁ ଅଧିକ ଘର ଭାଙ୍ଗିଛି ଓ ୧୩ ବ୍ରିଜ୍‌ ଭାସିଯାଇଛି। ବନ୍ୟାରେ ୨୩ ଯବାନଙ୍କ ସମେତ ସାମରିକ ସରଞ୍ଜାମ, ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଭାସିଯାଇଥିଲା। ବନ୍ୟା ଅଞ୍ଚଳରୁ ୨,୪୧୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ୬,୮୭୫ ଜଣ ୨୨ଟି ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତାମଙ୍ଗ ପ୍ରତି ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ଲୋକମାନଙ୍କୁ ତୁରନ୍ତ ୨,୦୦୦ ଟଙ୍କା ଲେଖାଏ ରିଲିଫ୍‌ ସହାୟତା ଯୋଗାଇଦିଆଯାଇଛି। ରିଲିଫ ସହାୟତା ପାଇଁ କେନ୍ଦ୍ର ସରକାର ଅଗ୍ରିମ ୪୪.୮ କୋଟି ଟଙ୍କା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିକୁ ମଞ୍ଜୁର କରିଛନ୍ତି। ଏକ ଆନ୍ତଃ ମନ୍ତ୍ରଣାଳୟ ସ୍ତରୀୟ କେନ୍ଦ୍ରୀୟ କମିଟି ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତକରି କ୍ଷୟକ୍ଷତି ଅନୁଧ୍ୟାନ କରିବ। ଉତ୍ତର ସିକିମ୍‌ରେ ୩,୦୦୦ ପର୍ଯ୍ୟଟକ ଅଟକି ରହିଥିବାବେଳେ ବାୟୁସେନାର ଏକାଧିକ ଉଦ୍ୟମ ସତ୍ତ୍ୱେ ସେମାନଙ୍କୁ ଉଦ୍ଧାର କରାଯାଇ ପାରିନାହିଁ। ଖରାପ ପାଗ ଯୋଗୁ ବାୟୁସେନା ସେଠାକୁ ହେଲିକପ୍ଟର ପଠାଇପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri