ନୀରବତାକୁ ଦୁର୍ବଳତା ଭାବ ନାହିଁ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨।୧୧: ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଧୋକ୍ଷଜାନନ୍ଦ ନିଜକୁ ପରିଚୟ ଦେବା ପରେ ନୂଆ ବିବାଦ ଉପୁଜିଛି। ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାମୀ ଅଧୋକ୍ଷଜାନନ୍ଦ ଯୋଗଦେଇଥିଲେ। ସେଠାରେ ତାଙ୍କୁ ନେତା ଏବଂ ଅନେକ ବଡ଼ବଡ଼ିଆ ପୁରୀ ଶଙ୍କରାଚାର୍ଯ୍ୟ କହି ସ୍ବାଗତ କରିଥିଲେ। ତେବେ ଏହାକୁ ନେଇ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଖପ୍ପା ହୋଇପଡ଼ିଛନ୍ତି। ଏଥିପାଇଁ ସେ ଉତ୍ତରପ୍ରଦେଶ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ତାଙ୍କ ନୀରବତାକୁ ଦୁର୍ବଳତା ନ ଭାବିବାକୁ ସେ ଚେତାଇ ଦେଇଛନ୍ତି। ନକଲି ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଚିଠି ଲେଖିଛନ୍ତି। ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଏଥିପାଇଁ ତାଙ୍କୁ ଅପହରଣ ଓ ହତ୍ୟା ଷଡ଼ଯନ୍ତ୍ର କରାଯାଇଛି। ଅନେକ ଥର ଆକ୍ରମଣ ଉଦ୍ୟମ ମଧ୍ୟ ହୋଇଛି। ଏହାସତ୍ତ୍ବେ ସେ ନୀରବ ରହିଛନ୍ତି। କାରଣ ତାଙ୍କ ପଦର ସ୍ବତନ୍ତ୍ରତା ରହିଛି। ତାଙ୍କର ଏହି ନୀରବତାକୁ ସରକାର ଦୁର୍ବଳତା ବୋଲି ଭାବନ୍ତୁ ନାହିଁ। ଭାରତର ଧର୍ମଗୁରୁ ହେଉଛନ୍ତି ଶଙ୍କରାଚାର୍ଯ୍ୟ। ତାଙ୍କ ପ୍ରତି ଅବମାନନା ଓ ଅପମାନ କଦାପି ଗ୍ରହଣୀୟ ନୁହେଁ। ତେଣୁ ନକଲି ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ନିଜର ଭୁଲ ପରିଚୟ ଦେଇ ଅରାଜକତା ସୃଷ୍ଟି କରିବା ଗ୍ରହଣୀୟ ନୁହେଁ। ଧର୍ମ ନଁାରେ ଏପରି ଅରାଜକତାକୁ ପ୍ରଶୟ ଦେବା ଦେଶର ଅସ୍ତିତ୍ୱ ଓ ଆଦର୍ଶ ପାଇଁ ଘାତକ। ତେଣୁ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ନିହାତି ଆବଶ୍ୟକ। ଧର୍ମଗୁରୁ ଓ ଧର୍ମୀୟ ପୀଠ ଆଉ ସୁରକ୍ଷିତ ନୁହେଁ ବୋଲି ସେ କ୍ଷୋଭର ସହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

୨୦ ରୁ ୧୨୮୯ରେ ପହଞ୍ଚିଲାଣି: କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ

ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ୬୩ ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ୧୯୬୩ ମସିହାରେ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri