ନୀରବତାକୁ ଦୁର୍ବଳତା ଭାବ ନାହିଁ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨।୧୧: ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଧୋକ୍ଷଜାନନ୍ଦ ନିଜକୁ ପରିଚୟ ଦେବା ପରେ ନୂଆ ବିବାଦ ଉପୁଜିଛି। ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାମୀ ଅଧୋକ୍ଷଜାନନ୍ଦ ଯୋଗଦେଇଥିଲେ। ସେଠାରେ ତାଙ୍କୁ ନେତା ଏବଂ ଅନେକ ବଡ଼ବଡ଼ିଆ ପୁରୀ ଶଙ୍କରାଚାର୍ଯ୍ୟ କହି ସ୍ବାଗତ କରିଥିଲେ। ତେବେ ଏହାକୁ ନେଇ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଖପ୍ପା ହୋଇପଡ଼ିଛନ୍ତି। ଏଥିପାଇଁ ସେ ଉତ୍ତରପ୍ରଦେଶ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ତାଙ୍କ ନୀରବତାକୁ ଦୁର୍ବଳତା ନ ଭାବିବାକୁ ସେ ଚେତାଇ ଦେଇଛନ୍ତି। ନକଲି ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଚିଠି ଲେଖିଛନ୍ତି। ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଏଥିପାଇଁ ତାଙ୍କୁ ଅପହରଣ ଓ ହତ୍ୟା ଷଡ଼ଯନ୍ତ୍ର କରାଯାଇଛି। ଅନେକ ଥର ଆକ୍ରମଣ ଉଦ୍ୟମ ମଧ୍ୟ ହୋଇଛି। ଏହାସତ୍ତ୍ବେ ସେ ନୀରବ ରହିଛନ୍ତି। କାରଣ ତାଙ୍କ ପଦର ସ୍ବତନ୍ତ୍ରତା ରହିଛି। ତାଙ୍କର ଏହି ନୀରବତାକୁ ସରକାର ଦୁର୍ବଳତା ବୋଲି ଭାବନ୍ତୁ ନାହିଁ। ଭାରତର ଧର୍ମଗୁରୁ ହେଉଛନ୍ତି ଶଙ୍କରାଚାର୍ଯ୍ୟ। ତାଙ୍କ ପ୍ରତି ଅବମାନନା ଓ ଅପମାନ କଦାପି ଗ୍ରହଣୀୟ ନୁହେଁ। ତେଣୁ ନକଲି ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ନିଜର ଭୁଲ ପରିଚୟ ଦେଇ ଅରାଜକତା ସୃଷ୍ଟି କରିବା ଗ୍ରହଣୀୟ ନୁହେଁ। ଧର୍ମ ନଁାରେ ଏପରି ଅରାଜକତାକୁ ପ୍ରଶୟ ଦେବା ଦେଶର ଅସ୍ତିତ୍ୱ ଓ ଆଦର୍ଶ ପାଇଁ ଘାତକ। ତେଣୁ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ନିହାତି ଆବଶ୍ୟକ। ଧର୍ମଗୁରୁ ଓ ଧର୍ମୀୟ ପୀଠ ଆଉ ସୁରକ୍ଷିତ ନୁହେଁ ବୋଲି ସେ କ୍ଷୋଭର ସହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼, ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?