ନୀରବ ଘାତକ

ଆଜିକାଲି ମଧୁମେହ ବା ଡାଇବେଟିସ ଏକ ସାଧାରଣ ସ୍ବାସ୍ଥ୍ୟଜନିତ ସମସ୍ୟା ପାଲଟି ଗଲାଣି। ଏହି ରୋଗ ଦ୍ୱାରା ଆକ୍ରାନ୍ତ ବ୍ୟକ୍ତି ବେଶ୍‌ କେତୋଟି ଦିଗ ପ୍ରତି ସତର୍କ ରହିବାକୁ ପଡିଥାଏ। ଆମ ଦେଶରେ ଏହି ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି, ଫଳତଃ ଭାରତକୁ ‘ଡାଇବେଟିସ୍‌ର ରାଜଧାନୀ’ ଭାବରେ ଅଭିହିତ କରାଯାଇଥାଏ। ଯଦି ଆପଣ ଡାଇବେଟିସ୍‌ ଦ୍ୱାରା ଆକ୍ରାନ୍ତ ତେବେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ପରୀକ୍ଷା କରାଇ ନେବାକୁ ଭୁଲନ୍ତୁ ନାହିଁ। ଯଦି ସୁଗାର ପରିମାଣ ଅସନ୍ତୁଳିତ ରହିଲା ତେବେ ତାହା ପରୋକ୍ଷରେ ଡାଇବେଟିସ ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ କିଡ୍‌ନୀ ସମସ୍ୟା, ଦୃଷ୍ଟି ଶକ୍ତିଜନିତ ସମସ୍ୟା ଏପରି ହୃଦ୍‌ଜନିତ ସମସ୍ୟା ସୃଷ୍ଟି କରିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଏପରି ରୋଗୀ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରିବା ନିହାତି ଦରକାର। ଏହି ରୋଗ ଦ୍ୱାରା ଆକ୍ରାନ୍ତ ହେଲେ ବ୍ଲଡପ୍ରେସର ପ୍ରଭାବିତ ହୋଇଥାଏ। ତେଣୁ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ବ୍ଲଡପ୍ରେସର କେତେ ରହୁଛି ତାହା ମାପନ୍ତୁ। ଡାଇବେଟିସ୍‌ ରୋଗୀ ଔଷଧ ଖାଉଥିଲେ ନିୟମିତ ସମୟ ବ୍ୟବଧାନରେ ଡାକ୍ତରଙ୍କ ସହ ଏ ନେଇ ଆଲୋଚନା କରନ୍ତୁ। ମନକୁ ମନ ଔଷଧ ଖାଇବା ବନ୍ଦ କରନ୍ତୁ ନାହିଁ। ୟୁନିଭର୍ସିଟି ଅଫ୍‌ ଲଣ୍ଡନର ବିଶେଷଜ୍ଞଙ୍କ ଦ୍ୱାରା ଏକ ସଦ୍ୟତମ ରିପୋର୍ଟରୁ ଜଣାପଡିଛି ଯେ, ଡାଇବେଟିସ୍‌ର ଲକ୍ଷଣ ପ୍ରକାଶ ପାଉଥିଲେ ମଧ୍ୟ ପ୍ରାୟ ଅଧିକାଂଶ ଲୋକ ଏହି ରୋଗ ଦ୍ୱାରା ଆକ୍ରାନ୍ତ ବୋଲି ଜାଣିପାରି ନ ଥାନ୍ତି। କେବଳ ସେତିକି ନୁହେଁ, ଜଣେ ଡାଇବେଟିସ୍‌ ଆକ୍ରାନ୍ତ ବ୍ୟକ୍ତି ଦୁଇ ଗୁଣା ହୃଦ୍‌ରୋଗର ଶିକାର ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri