ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ନୀରବ ପ୍ରାର୍ଥନା

ଭୁବନେଶ୍ୱର,୬ା୮(ବ୍ୟୁରୋ): କୋଭିଡ୍‌ ଯୋଦ୍ଧାମାନଙ୍କ ଉସତ୍ର୍ଗୀକୃତ ସେବା ଓ ସର୍ବଶ୍ରେଷ୍ଠ ତ୍ୟାଗ ପାଇଁ ସେମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ଏବଂ ଆଗଧାଡିରେ ରହି ଦିନରାତି ସଂଗ୍ରାମ କରୁଥିବା ସମସ୍ତ କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନାର୍ଥେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ସନ୍ଧ୍ୟା ୬ ଟାରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ମୁଖ୍ୟ କାର୍ଯ୍ୟାଳୟରେ ନୀରବ ପ୍ରାର୍ଥନା ଓ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କାର୍ଯ୍ୟାଳୟରେ ଉପସ୍ଥିତ ଥିବା ସମସ୍ତ ପଦାଧିକାରୀ ଓ କର୍ମଚାରୀ ସାମାଜିକ ଦୂରତା ରକ୍ଷା କରି କୋଭିଡ୍‌ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କରିବା ସହିତ କୋଭିଡ୍‌ ଯୋଦ୍ଧାମାନଙ୍କୁ ପୂରା ସହଯୋଗ କରିବା, ଏ ଲଢେଇରେ ନିଜେ ସାମିଲ ହେବା, କୋଭିଡ୍‌ ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠା ଓ ଉସତ୍ର୍ଗୀକୃତ ସେବାକୁ ଉସତ୍ାହିତ କରିବା, କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ଏବଂ ସମସ୍ତେ କୋଭିଡ୍‌ ନିୟମାବଳୀ ପାଳନ କରିବାକୁ ଶପଥ ନେଇଥିଲେ ା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସଙ୍କ ସମେତ କାର୍ଯ୍ୟାଳୟର ଅନ୍ୟ ସମସ୍ତ ପଦାଧିକାରୀ,ଉପବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଏହି ନୀରବ ପ୍ରାର୍ଥନା ଓ ଶପଥପାଠ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri