ଲଗାଣ ବର୍ଷାରେ ରେଶମ ସହର ପ୍ରଭାବିତ

ବ୍ରହ୍ମପୁର ଅଫିସ,୭।୧୦: ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁ ସହରରେ ଶାରଦୀୟ ପୂଜା ମଧ୍ୟ ପ୍ରଭାବିତ ହୋଇଛି। ସହରରେ ବାଣିଜ୍ୟ ଓ ବ୍ୟବସାୟ ସମ୍ପୂର୍ଣ୍ଣ ମାନ୍ଦା ହୋଇପଡ଼ିଛି ଓ ବହୁ ଦୋକାନ ବଜାର ବନ୍ଦ ରହିଛି। ଅନ୍ୟପଟେ ସହର ସାରା ରାସ୍ତାରେ ନର୍ଦ୍ଦମା ଓ ବର୍ଷା ଜଳ ପ୍ରବାହିତ ହେଉଛି। ସହର ତଳି ବସ୍ତି ଅଞ୍ଚଳ ଓ ଉପକଣ୍ଠସ୍ଥ କେତେକ ଗ୍ରାମରୁ ଠିକ ଭାବେ ଜଳ ନିଷ୍କାସିତ ହୋଇପାରୁନାହିଁ। ସହର ଉପକଣ୍ଠସ୍ଥ ବଡ଼ ଗୁମୁଳା ଗ୍ରାମ ମୁଖ୍ୟ ରାସ୍ତାଦେଇ ଯାଇଥିବା କେନାଲ ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ସେହିପରି ପାଣିଟାଙ୍କିଠାରୁ କନ୍‌ଭେଣ୍ଟ ସ୍କୁଲ, ଲୋଚାପଡ଼ାଠାରୁ ବ୍ରହ୍ମପୁର ଓ ଅନେକ ଅଞ୍ଚଳରେ ରାସ୍ତା ଧୋଇ ହୋଇଯାଇଛି। ଗାନ୍ଧୀନଗର, ପ୍ରେମନଗର, ବ୍ୟାଙ୍କ କଲୋନୀ, ଗଜପତି ନଗର, ଗୋପାଳପୁର ଛକ, ନୀଳାଚଳ ନଗର, ଶ୍ରୀରାମ ନଗର, ଗୋଦାବରୀଶ ନଗର, ନୂଆବସ୍‌ଷ୍ଟାଣ୍ଡକୁ ଯିବାରାସ୍ତା ଓ ଆସ୍କାରେଡ଼ ଅଞ୍ଚଳରେ ବର୍ଷାଯୋଗୁ ଦୀର୍ଘ ସମୟଧରି ରାସ୍ତା ଉପରେ ନର୍ଦ୍ଦମା ଓ ବର୍ଷା ଜଳ ପ୍ରବାହିତ ହେବା ଫଳରେ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଥିଲା। ଫଳରେ ରାସ୍ତାରେ ଖାଲ ଖମା ହୋଇ ସେଥିରେ ବର୍ଷାପାଣି ଜମା ହୋଇ ରହିଛି।
ଗୋପାଳପୁର ପାଣିପାଗ କେନ୍ଦ୍ରପକ୍ଷରୁ ଏସ୍‌.କେ.ମୂର୍ତ୍ତିଙ୍କଠାରୁ ମଳିିଥିବା ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୧୫.୮୮ ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଶୁକ୍ରବାର ସକାଳ ୮.୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି ା ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri