ଆରମ୍ଭ ହେଲା ସିଲ୍କସିଟି ଫେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୧: ପୁରୁଷ ହକି ବିଶ୍ୱକପ ଅବସରରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାରଠାରୁ ୟୁସିପି ଇଞ୍ଜିନିୟରିଂ ସ୍କୁଲ ପଡ଼ିଆରେ ୫ଦିନିଆ ସିଲ୍କସିଟି ଫେଷ୍ଟ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ଏଥିରେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ହକି ପାଇଁ ଆଜି ଓଡ଼ିଶା ସମଗ୍ର ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି। ବିଶ୍ୱରେ ଯେଉଁଆଡ଼େ ଗଲେ ବି ଓଡ଼ିଶା ଓ ଓଡ଼ିଆ ଲୋକଙ୍କୁ ସ୍ବାଗତ କରାଯାଉଛି। ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ବହୁତ ଭଲ ପାଆନ୍ତି। ଏଥିପାଇଁ ସେ ରାଜ୍ୟରେ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପର ଆୟୋଜନ କରିଛନ୍ତି। ଆଗାମୀ ଦିନରେ ସଭିଏଁ ଏକାଠି ହୋଇ ବ୍ରହ୍ମପୁରର ଉନ୍ନତି ପାଇଁ ଆଗଭର ହେବା ବୋଲି ସେ କହିଥିଲେ। ଅନ୍ୟତମ ଅତିଥି ରୂପେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ କହିଥିଲେ ଯେ, କରୋନା ମହାମାରୀ କାରଣରୁ ଦୀର୍ଘ ୨ ବର୍ଷ ପରେ ସହରରେ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ହୋଇଛି। ଏହି ମହୋତ୍ସବ ଭାଇଚାରାରା ମହୋତ୍ସବ ବୋଲି କହିଥିଲେ। ବ୍ରହ୍ମ୍‌ପୁର ଏମପିି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ବିଇଏମସି କମିଶନର ଜେ ସୋନାଲ, ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସନ୍ଧ୍ୟାରେ ପଶ୍ଚିମବଙ୍ଗର ପଲ୍ଲବୀ ଓ ତାଙ୍କ ସହଯୋଗୀଙ୍କ ଦ୍ୱାରା କଥକ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା। ଏହାପରେ କୋରାପୁଟ ଢେମସା ନୃତ୍ୟ, ଡୁମ୍ପା ବାଦ୍ୟ ନୃତ୍ୟ କଳାକାରଙ୍କ ଦ୍ୱାରା ପରିବେଷଣ ହୋଇଥିଲା। ମେଗା ନାଇଟ ସେଲିବ୍ରିିଟି କାର୍ଯ୍ୟକ୍ରମରେ ଲସା ମିଶ୍ର ଓ ବେନି ଦୟାଲ ସଂଗୀତରେ ଦର୍ଶକଙ୍କୁ ବିମୋହିତ କରିଥିଲେ। ତେବେ ମହୋତ୍ସବରେ କର୍ପୋରେଟରଙ୍କ ପ୍ରବେଶକୁ ଅନୁମତି ନ ମିଳିବାରୁ ସମସ୍ତ କର୍ପୋରେଟର ଅସନ୍ତୋଷ ପ୍ରକାଶ କରି ମହୋତ୍ସବ ଛାଡି ପଳାଇଥିଲେ। ପରେ ବିଧାୟକ ବୁଝାଶୁଝା ପରେ କର୍ପୋରେଟରମାନେ ମହୋତ୍ସବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?