ଆରମ୍ଭ ହେଲା ସିଲ୍କସିଟି ଫେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୧: ପୁରୁଷ ହକି ବିଶ୍ୱକପ ଅବସରରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାରଠାରୁ ୟୁସିପି ଇଞ୍ଜିନିୟରିଂ ସ୍କୁଲ ପଡ଼ିଆରେ ୫ଦିନିଆ ସିଲ୍କସିଟି ଫେଷ୍ଟ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ଏଥିରେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ହକି ପାଇଁ ଆଜି ଓଡ଼ିଶା ସମଗ୍ର ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି। ବିଶ୍ୱରେ ଯେଉଁଆଡ଼େ ଗଲେ ବି ଓଡ଼ିଶା ଓ ଓଡ଼ିଆ ଲୋକଙ୍କୁ ସ୍ବାଗତ କରାଯାଉଛି। ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ବହୁତ ଭଲ ପାଆନ୍ତି। ଏଥିପାଇଁ ସେ ରାଜ୍ୟରେ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପର ଆୟୋଜନ କରିଛନ୍ତି। ଆଗାମୀ ଦିନରେ ସଭିଏଁ ଏକାଠି ହୋଇ ବ୍ରହ୍ମପୁରର ଉନ୍ନତି ପାଇଁ ଆଗଭର ହେବା ବୋଲି ସେ କହିଥିଲେ। ଅନ୍ୟତମ ଅତିଥି ରୂପେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ କହିଥିଲେ ଯେ, କରୋନା ମହାମାରୀ କାରଣରୁ ଦୀର୍ଘ ୨ ବର୍ଷ ପରେ ସହରରେ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ହୋଇଛି। ଏହି ମହୋତ୍ସବ ଭାଇଚାରାରା ମହୋତ୍ସବ ବୋଲି କହିଥିଲେ। ବ୍ରହ୍ମ୍‌ପୁର ଏମପିି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ବିଇଏମସି କମିଶନର ଜେ ସୋନାଲ, ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସନ୍ଧ୍ୟାରେ ପଶ୍ଚିମବଙ୍ଗର ପଲ୍ଲବୀ ଓ ତାଙ୍କ ସହଯୋଗୀଙ୍କ ଦ୍ୱାରା କଥକ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା। ଏହାପରେ କୋରାପୁଟ ଢେମସା ନୃତ୍ୟ, ଡୁମ୍ପା ବାଦ୍ୟ ନୃତ୍ୟ କଳାକାରଙ୍କ ଦ୍ୱାରା ପରିବେଷଣ ହୋଇଥିଲା। ମେଗା ନାଇଟ ସେଲିବ୍ରିିଟି କାର୍ଯ୍ୟକ୍ରମରେ ଲସା ମିଶ୍ର ଓ ବେନି ଦୟାଲ ସଂଗୀତରେ ଦର୍ଶକଙ୍କୁ ବିମୋହିତ କରିଥିଲେ। ତେବେ ମହୋତ୍ସବରେ କର୍ପୋରେଟରଙ୍କ ପ୍ରବେଶକୁ ଅନୁମତି ନ ମିଳିବାରୁ ସମସ୍ତ କର୍ପୋରେଟର ଅସନ୍ତୋଷ ପ୍ରକାଶ କରି ମହୋତ୍ସବ ଛାଡି ପଳାଇଥିଲେ। ପରେ ବିଧାୟକ ବୁଝାଶୁଝା ପରେ କର୍ପୋରେଟରମାନେ ମହୋତ୍ସବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri