ସିଲ୍କ ଇଣ୍ଡିଆ ଏକ୍‌ଜିବିଶନ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ହୋଟେଲ ନ୍ୟୁ ମାରିୟନଠାରେ ଏକ ୯ ଦିନିଆ ସିଲ୍କ ଇଣ୍ଡିଆ ସ୍ବତନ୍ତ୍ର ପ୍ରଦଶର୍ନୀର ଆୟୋଜନ କରାଯାଇଛି। ଏପରିକି ଶୁକ୍ରବାର ସିଲ୍କ ଇଣ୍ଡିଆ ଏକ୍‌ଜିବିଶନ ଆଣ୍ଡ ସେଲ୍‌ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶିବାନୀ ସଙ୍ଗୀତା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ପ୍ରଦର୍ଶନୀ ୨୦୨୪ ଅଗଷ୍ଟ ୨୩ ରୁ ୩୧ ପର୍ଯ୍ୟନ୍ତ ସକାଳ ୧୦ ଟା ୩୦ ରୁ ରାତି ୮ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ । ସେହିଭଳି ଏହି ପ୍ରଦର୍ଶନୀ ଗ୍ରାହକମାନଙ୍କୁ ଭାରତର ରଙ୍ଗ, ବିବିଧତା ଓ ପ୍ରତିଭାର ଏକ ଉନ୍ନତ ସୁଯୋଗ ପ୍ରଦାନ କରିଛି। ୧୪ଟି ହସ୍ତତନ୍ତ ବୁଣାକାର ରାଜ୍ୟ ଯଥା ଆସାମ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ, କର୍ନାଟକ, ବିହାର, ଓଡ଼ିଶା, ଛତିଶଗଡ଼, ଗୁଜରାଟ, ଜମ୍ମୁ ଓ କଶ୍ମୀର, ପଶ୍ଚିମବଙ୍ଗ ସମେତ ବୁଣାକାରମାନଙ୍କ ସହ ସହଭାଗିତାରେ କାର୍ଯ୍ୟ କରୁଥିବା ୧୦୦ରୁ ଅଧିକ ଡିଜାଇନର ୫୦,୦୦୦ରୁ ଅଧିକ ବିବିଧତା ପୋଷାକ ପ୍ରଦର୍ଶନ କରିଛନ୍ତି। ଏଠାରେ ଦେଶର ପ୍ରତ୍ୟେକ ଅଞ୍ଚଳରୁ ଶାଢ଼ିଠାରୁ ଆରମ୍ଭକରି ଡ୍ରେସ୍‌ ମ୍ୟାଟେରିଆଲ, ସିଲ୍କ ଓ କଟନ ଶାଢ଼ି, ସୁଟ୍‌ ଡ୍ରେସ୍‌ ମ୍ୟାଟେରିଆଲ, ଫ୍ୟାଶନ ଜୁଏଲେରି, ହୋମ୍‌ ଫର୍ନିସିଂ ଡିଜାଇନର ପୋଷାକ ଆଦି ସାମିଲ କରାଯାଇଛି।
ଏ ସମ୍ପର୍କରେ ସିଲ୍କ ଇଣ୍ଡିଆର ଆୟୋଜକ ମାନସ ଆଚାର୍ଯ୍ୟ କହିଛନ୍ତି, ଏହି ହସ୍ତତନ୍ତ ପ୍ରଦର୍ଶନୀର ମୁଖ୍ୟ ସାମାଜିକ ଉଦ୍ଦେଶ୍ୟ ହେଉଛି, ବୁଣାକାରମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ହସ୍ତତନ୍ତ ଶିଳ୍ପକୁ ଏକ ବଜାର ପ୍ରଦାନ କରିବା। ଏହି ପ୍ରଦର୍ଶନୀ ମାଧ୍ୟମରେ ଆମେ ବୁଣାକାର ଓ ସେମାନଙ୍କୁ ହସ୍ତତନ୍ତ ବୁଣା ସାମଗ୍ରୀଗୁଡ଼ିକ ପାଇଁ ଯେଉଁଠାରେ ପ୍ରଦର୍ଶନୀ ସମ୍ଭବ ନୁହେଁ ସେଠାରେ ମଧ୍ୟ ଉନ୍ନତ ବଜାର ସୃଷ୍ଟି କରିବାକୁ ସକ୍ଷମ ହୋଇଛୁ। ପ୍ରଦର୍ଶନର ଉଦ୍ଦେଶ୍ୟ ହେଉଛି, ବ୍ୟବସାୟୀଙ୍କ ବିନା ଗ୍ରାହକଙ୍କ ନିକଟରେ ସିଧାସଳାଖ ଶୁଦ୍ଧ ସିଲ୍କ ଓ କଟନ ଉପତ୍ାଦଗୁଡିକୁ ପହଞ୍ଚାଇବା। ପ୍ରଦର୍ଶିତ ହେଉଥିବା କଟନ ଓ ସିଲ୍କ ହସ୍ତତନ୍ତ ଉପତ୍ାଦଗୁଡିକର ମୂଲ୍ୟ ୫୦୦ଟଙ୍କାରୁ ଆରମ୍ଭକରି ସ୍ବତନ୍ତ୍ର ହାତ ତିଆରି ଶାଢ଼ିଗୁଡିକ ପାଇଁ ୧,୫୦,୦୦୦ ଟଙ୍କା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri