ସିଲ୍‌ଭର ସିଟି ବୋଟ୍‌ କ୍ଲବ ଲୋକାର୍ପିତ

କଟକ ଅଫିସ,୧୫ା୪: କଟକ ମାତାମଠସ୍ଥିତ ସିଲ୍‌ଭର ସିଟି ବୋଟ୍‌ କ୍ଲବ ବୁଧବାର ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଲୋକାର୍ପଣ କରି କହିଛନ୍ତି, ଜଳରାଶି ଅନ୍ତର୍ଭୁକ୍ତ ରାଜ୍ୟର ପର୍ଯ୍ୟଟନ ସମ୍ଭାବନାକୁ ସଂଯୋଗ କରିବା ପାଇଁ ଆମେ ଚିହ୍ନଟ କରିଥିବା ପର୍ଯ୍ୟଟନସ୍ଥଳୀଗୁଡିକର ଭିତ୍ତିଭୂମିର ବିକାଶ କରୁଛୁ। ମହାନଦୀର ଏହି ମନୋଜ୍ଞ ପରିବେଶରେ ମନୋରଞ୍ଜନ ଓ ଦୁଃସାହସିକ ଜଳକ୍ରୀଡା ଭିତ୍ତିକ ପର୍ଯ୍ୟଟନ ହବ୍‌ ପ୍ରତିଷ୍ଠା କରିବାରେ ସହାୟତା ହେବ। ଏହି କାର୍ଯ୍ୟକ୍ରମରେ ଏମ୍‌ପି ସୁବାସ ସିଂ ଯୋଗଦେଇ ସିଲ୍‌ଭର ସିଟି ବୋଟ୍‌ କ୍ଲବରେ ରାତି ରହଣି ପାଇଁ ଅତିରିକ୍ତ ଗୃହ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ବିଭିନ୍ନ କୋଣରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ। କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଯୋଗଦେଇ ସାମୁଦ୍ରିକ ସଂଗ୍ରହାଳୟକୁ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଅନ୍ତର୍ଭୁକ୍ତ କରିବା ସହ ନିକଟସ୍ଥ ଅନ୍ୟ ପର୍ଯ୍ୟଟନ ସ୍ଥଳିଗୁଡିକ ଅନୁସନ୍ଧାନ କରି ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କହିଛନ୍ତି, ଏହି ପ୍ରକଳ୍ପ ଏକାଧିକ ଜଳକ୍ରୀଡ଼ା ଅପରେଟର ଓ ପର୍ଯ୍ୟଟକଙ୍କୁ ପ୍ରୋତ୍ସାହିତ କରିବ। କଟକ ତଥା ନିକଟବର୍ତ୍ତୀ ଜିଲାଗୁଡିକରେ ଜଳଭିତ୍ତିକ ପର୍ଯ୍ୟଟନ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ଏହା ତିଆରି ହୋଇଛି। ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଯୋଗଦେଇ ରାଜ୍ୟରେ ନିର୍ଦ୍ଦିଷ୍ଟ ପର୍ଯ୍ୟଟନ ସ୍ଥଳିର ବିକାଶ ରଣନୀତି ବିଷୟରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକ ସୌଭିକ ବିଶ୍ୱାଳ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ଓଟିଡିସି ଚେୟାରମ୍ୟାନ୍‌ ଶ୍ରୀମୟୀ ମିଶ୍ର, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଓ ଜିଲାପାଳ ଭବାନୀ ଶଙ୍କର ଚୟନୀ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ପର୍ଯ୍ୟଟକମାନଙ୍କୁ ମହାନଦୀରେ ଦୁଃସାହସିକ ଜଳକ୍ରୀଡା ସହ ମନୋରଞ୍ଜନ ସୁବିଧା ଯୋଗାଇ ଦେବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଠାରେ ୱାଟର ସ୍ପୋଟର୍‌ସ ପାର୍କ ହୋଇଛି। ପର୍ଯ୍ୟଟକମାନେ ମହାନଦୀର ମନୋରଞ୍ଜନ ଦୃଶ୍ୟକୁ ଉପଭୋଗ କରିବା ନିମନ୍ତେ ଏକ ଭ୍ୟୁ ପଏଣ୍ଟ ଓ ସ୍ମୃତିକୁ ସାଇତି ରଖିବା ପାଇଁ ସେଲ୍‌ଫି ଜୋନ୍‌ କରାଯାଇଛି। ଏଠାରେ ଜେଟ୍‌ ସ୍କି, ଫ୍ଲୋଟିଂ କାଫେ, ଟଏଲେଟ୍‌ କମ୍ପ୍ଲେକ୍ସ, ରେଷ୍ଟୁରାଣ୍ଟ, ପାର୍କିଂ ସ୍ଥାନ ଆଦି ରହିଛି। ସେହିପରି ଏହି ସ୍ଥାନରେ ସ୍ପିଡ୍‌ ବୋଟ୍‌, ଡେ କ୍ରୁଜ୍‌, ବାନାନା ବୋଟ, ଇନଫ୍ଲେଟେବୁଲ୍‌ ବୋଟ୍‌, ୱାଟର ସ୍କୁଟର, ଫ୍ଲୋଟିଂ କାଫେ, କାୟାକ, କାନୋଇ, ପେଡାଲ୍‌ ବୋଟ୍‌, ସ୍କୁବା ଡାଇଭିଂ ବ୍ୟବସ୍ଥା ରହିଛି। ଏଥିସହ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଓଟିଡିସି ପକ୍ଷରୁ ରେଷ୍ଟୁରାଣ୍ଟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri