ସିଲ୍‌ଭର ସିଟି ବୋଟ୍‌ କ୍ଲବ ଲୋକାର୍ପିତ

କଟକ ଅଫିସ,୧୫ା୪: କଟକ ମାତାମଠସ୍ଥିତ ସିଲ୍‌ଭର ସିଟି ବୋଟ୍‌ କ୍ଲବ ବୁଧବାର ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଲୋକାର୍ପଣ କରି କହିଛନ୍ତି, ଜଳରାଶି ଅନ୍ତର୍ଭୁକ୍ତ ରାଜ୍ୟର ପର୍ଯ୍ୟଟନ ସମ୍ଭାବନାକୁ ସଂଯୋଗ କରିବା ପାଇଁ ଆମେ ଚିହ୍ନଟ କରିଥିବା ପର୍ଯ୍ୟଟନସ୍ଥଳୀଗୁଡିକର ଭିତ୍ତିଭୂମିର ବିକାଶ କରୁଛୁ। ମହାନଦୀର ଏହି ମନୋଜ୍ଞ ପରିବେଶରେ ମନୋରଞ୍ଜନ ଓ ଦୁଃସାହସିକ ଜଳକ୍ରୀଡା ଭିତ୍ତିକ ପର୍ଯ୍ୟଟନ ହବ୍‌ ପ୍ରତିଷ୍ଠା କରିବାରେ ସହାୟତା ହେବ। ଏହି କାର୍ଯ୍ୟକ୍ରମରେ ଏମ୍‌ପି ସୁବାସ ସିଂ ଯୋଗଦେଇ ସିଲ୍‌ଭର ସିଟି ବୋଟ୍‌ କ୍ଲବରେ ରାତି ରହଣି ପାଇଁ ଅତିରିକ୍ତ ଗୃହ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ବିଭିନ୍ନ କୋଣରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ। କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଯୋଗଦେଇ ସାମୁଦ୍ରିକ ସଂଗ୍ରହାଳୟକୁ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଅନ୍ତର୍ଭୁକ୍ତ କରିବା ସହ ନିକଟସ୍ଥ ଅନ୍ୟ ପର୍ଯ୍ୟଟନ ସ୍ଥଳିଗୁଡିକ ଅନୁସନ୍ଧାନ କରି ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କହିଛନ୍ତି, ଏହି ପ୍ରକଳ୍ପ ଏକାଧିକ ଜଳକ୍ରୀଡ଼ା ଅପରେଟର ଓ ପର୍ଯ୍ୟଟକଙ୍କୁ ପ୍ରୋତ୍ସାହିତ କରିବ। କଟକ ତଥା ନିକଟବର୍ତ୍ତୀ ଜିଲାଗୁଡିକରେ ଜଳଭିତ୍ତିକ ପର୍ଯ୍ୟଟନ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ଏହା ତିଆରି ହୋଇଛି। ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଯୋଗଦେଇ ରାଜ୍ୟରେ ନିର୍ଦ୍ଦିଷ୍ଟ ପର୍ଯ୍ୟଟନ ସ୍ଥଳିର ବିକାଶ ରଣନୀତି ବିଷୟରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକ ସୌଭିକ ବିଶ୍ୱାଳ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ଓଟିଡିସି ଚେୟାରମ୍ୟାନ୍‌ ଶ୍ରୀମୟୀ ମିଶ୍ର, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଓ ଜିଲାପାଳ ଭବାନୀ ଶଙ୍କର ଚୟନୀ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ପର୍ଯ୍ୟଟକମାନଙ୍କୁ ମହାନଦୀରେ ଦୁଃସାହସିକ ଜଳକ୍ରୀଡା ସହ ମନୋରଞ୍ଜନ ସୁବିଧା ଯୋଗାଇ ଦେବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଠାରେ ୱାଟର ସ୍ପୋଟର୍‌ସ ପାର୍କ ହୋଇଛି। ପର୍ଯ୍ୟଟକମାନେ ମହାନଦୀର ମନୋରଞ୍ଜନ ଦୃଶ୍ୟକୁ ଉପଭୋଗ କରିବା ନିମନ୍ତେ ଏକ ଭ୍ୟୁ ପଏଣ୍ଟ ଓ ସ୍ମୃତିକୁ ସାଇତି ରଖିବା ପାଇଁ ସେଲ୍‌ଫି ଜୋନ୍‌ କରାଯାଇଛି। ଏଠାରେ ଜେଟ୍‌ ସ୍କି, ଫ୍ଲୋଟିଂ କାଫେ, ଟଏଲେଟ୍‌ କମ୍ପ୍ଲେକ୍ସ, ରେଷ୍ଟୁରାଣ୍ଟ, ପାର୍କିଂ ସ୍ଥାନ ଆଦି ରହିଛି। ସେହିପରି ଏହି ସ୍ଥାନରେ ସ୍ପିଡ୍‌ ବୋଟ୍‌, ଡେ କ୍ରୁଜ୍‌, ବାନାନା ବୋଟ, ଇନଫ୍ଲେଟେବୁଲ୍‌ ବୋଟ୍‌, ୱାଟର ସ୍କୁଟର, ଫ୍ଲୋଟିଂ କାଫେ, କାୟାକ, କାନୋଇ, ପେଡାଲ୍‌ ବୋଟ୍‌, ସ୍କୁବା ଡାଇଭିଂ ବ୍ୟବସ୍ଥା ରହିଛି। ଏଥିସହ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଓଟିଡିସି ପକ୍ଷରୁ ରେଷ୍ଟୁରାଣ୍ଟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?