Posted inଫୁରସତ

ନଦୀରୁ ବାହାରିଲା ରୁପା କଏନ୍‌, ଗାଁ ଲୋକଙ୍କ ଜମିଲା ଭିଡ଼…

ଭୋପାଳ,୯।୮: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଛି। ଏପରିସ୍ଥଳେ ସିନ୍ଦ୍‌ ନଦୀ କୂଳରେ ଥିବା ଅଶୋକ ନଗର ଅଞ୍ଚଳର ପଞ୍ଚାବଳୀ ଗାଁର ଲୋକଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା ଲାଗିଯାଇଥିଲା। ନଦୀରୁ ରୁପା କଏନ୍‌ ମିଳୁଥିବା ପ୍ରଚାର ହେବା ପରେ ଲୋକଙ୍କ ଭିଡ଼ ଜମା ହେବାରେ ଲାଗିଥିଲା। ରବିବାର କେତେକ ଗ୍ରାମବାସୀଙ୍କୁ ନଦୀରୁ ରୁପା କଏନ୍‌ ମିଳିଥିଲା। ଏହା ଗାଁରେ ପ୍ରଘଟ ହୋଇଥିଲା। ଲୋକେ ବର୍ଷାକୁ ଖାତିର ନ କରି କଏନ୍‌ ନେବାକୁ ନଦୀକୂଳରେ ପହଞ୍ଚି ଯାଇଥିଲେ। ଏହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏସମ୍ପର୍କରେ ସ୍ଥାନୀୟ ଥାନା ଅଧିକାରୀଙ୍କୁ ପଚାରିବାରୁ ସେ ଏନେଇ ଖବର ଶୁଣିଥିବା ପ୍ରକାଶ କରିଛନ୍ତି। ତେବେ ରୁପା କଏନ୍‌ କେଉଁଠୁ ଆସିଲା ସେ ନେଇ ଲୋକଙ୍କ ମଧ୍ୟରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। କେହି ଏହାକୁ ଘରେ ରଖିଥିଲେ। ବନ୍ୟାପାଣିରେ ଘର ଭାସିଯିବାରୁ ଏସବୁ ଭାସି ଆସିଥିବା ଲୋକେ କହୁଛନ୍ତି। ଅପରପକ୍ଷରେ କେହି କେହି କହୁଛନ୍ତି ଯେ, ବହୁ ଲୋକ ଆସ୍ଥା ଓ ବିଶ୍ୱାସ ନେଇ ନଦୀରେ ମୁଦ୍ରା ବିସର୍ଜନ କରିଥାନ୍ତି। ଏସବୁ ମୁଦ୍ରା ନଦୀ କୂଳରେ ଥିବା କୌଣସି ଧାର୍ମିକ ସ୍ଥଳ ଅଞ୍ଚଳରେ ବିସର୍ଜନ କରାଯାଇଥିବା ଅନୁମାନ ମଧ୍ୟ କରାଯାଉଛି। ବନ୍ୟା ଜଳର ପ୍ରବଳ ବେଗରେ ଏସବୁ ଭାସି ଆସିଛି। କଏନ୍‌ ପାଇବା ପାଇଁ ଲୋକେ ନଦୀକୁ ଲମ୍ଫ ଦେଉଥିବାର ଦୃଶ୍ୟ ଏଠାରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri