Posted inଖେଳ

ଓଡ଼ିଶା ବାଳିକା, ବାଳକ ଦଳକୁ ରୌପ୍ୟ

ଭୁବନେଶ୍ୱର, ୧୫।୨(ତପନ ସ୍ବାଇଁ): ଅହମଦାବାଦର ପଲଜସ୍ଥିତ ଗାନ୍ଧୀନଗର ଆଇଆଇଟି ପରିସରରେ ଜାତୀୟ ସବ୍‌ଜୁନିୟର ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ୧୩ ଓ ୧୪ ଦୁଇ ଦିନଧରି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ବାଳିକା ଓ ବାଳକ ଦଳ ଆକର୍ଷଣୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ମୋଟ ୨୭ଟି ରାଜ୍ୟ ଦଳ ଅଂଶଗ୍ରହଣ କରିଥିବାବେଳେ ଉଭୟ ବର୍ଗରେ ଓଡ଼ିଶା ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲା।

ଓଡ଼ିଶା ବାଳିକା ଦଳ ଲିଗ୍‌ ପର୍ଯ୍ୟାୟରେ ଆସାମକୁ ୧୫-୦, ହିମାଚଳ ପ୍ରଦେଶକୁ ୪୦-୦ ଓ ଦିଲ୍ଲୀକୁ ୧୦-୫ରେ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲା। ସେଥିରେ ଆନ୍ଧ୍ର ପ୍ରଦେଶକୁ ୫-୦ ଏବଂ ସେମିଫାଇନାଲରେ କେରଳକୁ ୧୫-୦ରେ ହରାଇ ଫାଇନାଲରେ ପହଞ୍ଚତ୍ଥିଲା। ଟାଇଟଲ ପର୍ଯ୍ୟାୟରେ ଦଳ ବିହାରଠାରୁ ୦-୫ରେ ହାରି ଯାଇଥିଲା। ସେହିପରି ଓଡ଼ିଶା ବାଳକ ବିଭାଗ ଲିଗ୍‌ ପର୍ଯ୍ୟାୟରେ ଡାମନ ଡିଉକୁ ୨୫-୦, ଦିଲ୍ଲୀକୁ ୫-୦ ଓ ଉତ୍ତର ପ୍ରଦେଶକୁ ୧୦-୦ରେ ହରାଇଥିଲା। କ୍ୱାର୍ଟର ଫାଇନାଲରେ ଓଡ଼ିଶା ଦଳ ଝାଡ଼ଖଣ୍ଡକୁ ୫-୦, ସେମିଫାଇନାଲରେ କେରଳକୁ ୫-୦ରେ ହରାଇବାପରେ ଫାଇନାଲରେ ବିହାରଠାରୁ ୦-୨୫ରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri