ରାଷ୍ଟ୍ରପତିଙ୍କୁ ଭେଟିବେ ସିଲ୍‌ଭର ଗାନ୍ଧୀ

ସାକ୍ଷୀଗୋପାଳ,୧୧ ।୧୧ (ଡି.ଏନ୍‌.ଏ/ସ୍ବ.ପ୍ର.): ଶାନ୍ତି, ମୈତ୍ରୀ, ଏକତା ଓ ସ୍ବଚ୍ଛତା ବାର୍ତ୍ତା ନେଇ ସଚେତନତା ଅଭିଯାନ ଚଳାଇଥିବା ପୁରୀ ଜିଲା ଡେଲାଙ୍ଗ ଗାନ୍ଧୀପୀଠ ରେବୋଇ ଗ୍ରାମର ମୋହନ ମହାପାତ୍ର ଓରଫ ସାଇରାମ ବାବା ସିଲଭର ଗାନ୍ଧୀ ଭାବେ ପରିଚିତ। ସେ ସିଲଭର ଗାନ୍ଧୀ ଭାବେ ଓଡ଼ିଶାର ବିଭିନ୍ନ ସ୍ଥାନ ବୁଲି ବିଭିନ୍ନ ସଚେତନତା ଅଭିଯାନ ଚଳାଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ ଶୁକ୍ରବାର ପୂର୍ବାହ୍ନରେ ମହାମହିମ ରାଷ୍ଟ୍ରପତିଙ୍କୁ ରାଜଭନରେ ଭେଟିବାର କାର୍ଯ୍ୟକ୍ରମ ରଖିଛନ୍ତି। ଏଥିପାଇଁ ଗୁରୁବାର ସନ୍ଧ୍ୟାରେ ଏହି ସାମାଜିକ କର୍ମୀ ସାକ୍ଷୀଗୋପାଳ ମନ୍ଦିରଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଓଡ଼ିଆ ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସୁସ୍ଥ ନିରାମୟ ଜୀବନ ପାଇଁ ସେ ସାକ୍ଷୀଗୋପାଳ ଠାକୁରଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଐତିହ୍ୟ ସମ୍ପର୍ଣ୍ଣ ସତ୍ୟବାଦୀ ବକୁଳବନ, ପର୍ଯ୍ୟଟନ କ୍ଷେତ୍ର ସାକ୍ଷୀଗୋପାଳ ମନ୍ଦିରର ବିକାଶ ନିମନ୍ତେ ସେ ରାଷ୍ଟ୍ରପତିଙ୍କୁ ନିବେଦନ କରିବେ ବୋଲି କହିଛନ୍ତି। ଏହି ଯାତ୍ରା ପାଇଁ ସାକ୍ଷୀଗୋପାଳ ମନ୍ଦିର ସେବାୟତ ଓ ସ୍ଥାନୀୟ ବ୍ୟକ୍ତିମାନେ ସିଲଭର ଗାନ୍ଧୀଙ୍କୁ ସ୍ବାଗତ ଜଣାଇବା ସହ ତାଙ୍କ ଯାତ୍ରା ସଫଳ କାମନାକରି ଠାକୁରଙ୍କ ବାନାଟିଏ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri