ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ ସମାରୋହର ଦ୍ବିତୀୟ ଦିବସ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ସେ ଅନୁଷ୍ଠାନର ୨୦୨୫-୨୬ ଶିକ୍ଷାବର୍ଷର ବାର୍ଷିକ ମୁଖପତ୍ର ‘ଆହ୍ବାନ’ ଉନ୍ମୋଚିତ କରିଥିଲେ। ବିଦ୍ୟାମନ୍ଦିର ପରିଚାଳନା ସମିତି ଅଧ୍ୟକ୍ଷ ରାମଚନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ଡ଼ . ପଦ୍ମଚରଣ ବେହେରା, ଅଖିଳ ଭାରତୀୟ ଶ୍ରଦ୍ଧା ଜାଗରଣ ପ୍ରମୁଖ ରାଜେନ୍ଦ୍ର ମାଦଳା, ଆରଏସ୍‌ଏସ୍‌ ଗଞ୍ଜାମ ଜିଲା କାର୍ଯ୍ୟକର୍ତ୍ତା ରମେଶ ଚନ୍ଦ୍ର ତ୍ରିପାଠୀ , ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ଦିଗପହଣ୍ଡି ନଗରପାଳ ପ୍ରଫୁଲ ପଣ୍ଡା, ପ୍ରଧାନ ଆଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ରୌପ୍ୟ ଜୟନ୍ତୀ ସମାରୋହର ବ୍ୟବସ୍ଥାପକ ତଥା ପରିଚାଳନା ସମିତି ସମ୍ପାଦକ ପ୍ରହଲ୍ଲାଦ ଡାକୁଆ ଅତିଥି ପରିଚୟ ଓ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ପ୍ରଧାନାଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହାପରେ ଅତିଥି ବୃନ୍ଦ ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ , ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପୂର୍ବତନ ଛାତ୍ରୀଛାତ୍ରମାନଙ୍କୁ ଅତିଥିଙ୍କ ଦ୍ୱାରା ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସମସ୍ତ ଆଚାର୍ଯ୍ୟା, ଆଚାର୍ଯ୍ୟ,ପରିଚାଳନା ସମିତି କାର୍ଯ୍ୟକର୍ତ୍ତାବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାମନ୍ଦିର ଛାତ୍ରୀଛାତ୍ର ବୃନ୍ଦ ଏବଂ ବହୁ ସଂଖ୍ୟକ ଅଭିଭାବକ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri