ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ ସମାରୋହର ଦ୍ବିତୀୟ ଦିବସ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ସେ ଅନୁଷ୍ଠାନର ୨୦୨୫-୨୬ ଶିକ୍ଷାବର୍ଷର ବାର୍ଷିକ ମୁଖପତ୍ର ‘ଆହ୍ବାନ’ ଉନ୍ମୋଚିତ କରିଥିଲେ। ବିଦ୍ୟାମନ୍ଦିର ପରିଚାଳନା ସମିତି ଅଧ୍ୟକ୍ଷ ରାମଚନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ଡ଼ . ପଦ୍ମଚରଣ ବେହେରା, ଅଖିଳ ଭାରତୀୟ ଶ୍ରଦ୍ଧା ଜାଗରଣ ପ୍ରମୁଖ ରାଜେନ୍ଦ୍ର ମାଦଳା, ଆରଏସ୍‌ଏସ୍‌ ଗଞ୍ଜାମ ଜିଲା କାର୍ଯ୍ୟକର୍ତ୍ତା ରମେଶ ଚନ୍ଦ୍ର ତ୍ରିପାଠୀ , ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ଦିଗପହଣ୍ଡି ନଗରପାଳ ପ୍ରଫୁଲ ପଣ୍ଡା, ପ୍ରଧାନ ଆଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ରୌପ୍ୟ ଜୟନ୍ତୀ ସମାରୋହର ବ୍ୟବସ୍ଥାପକ ତଥା ପରିଚାଳନା ସମିତି ସମ୍ପାଦକ ପ୍ରହଲ୍ଲାଦ ଡାକୁଆ ଅତିଥି ପରିଚୟ ଓ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ପ୍ରଧାନାଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହାପରେ ଅତିଥି ବୃନ୍ଦ ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ , ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପୂର୍ବତନ ଛାତ୍ରୀଛାତ୍ରମାନଙ୍କୁ ଅତିଥିଙ୍କ ଦ୍ୱାରା ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସମସ୍ତ ଆଚାର୍ଯ୍ୟା, ଆଚାର୍ଯ୍ୟ,ପରିଚାଳନା ସମିତି କାର୍ଯ୍ୟକର୍ତ୍ତାବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାମନ୍ଦିର ଛାତ୍ରୀଛାତ୍ର ବୃନ୍ଦ ଏବଂ ବହୁ ସଂଖ୍ୟକ ଅଭିଭାବକ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?