ଆଖି ଝଲସାଇଲା ‘ଆଗ୍ନେୟ’

ଢେଙ୍କାନାଳ ଅଫିସ୍‌, ୧୪।୧: ଢେଙ୍କାନାଳର ବଜରଙ୍ଗ କ୍ଲବର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ରୌପ୍ୟଜୟନ୍ତୀ ସମାରୋହ ଆଗ୍ନେୟ-୨୦୨୩। ସ୍ବୟମ୍‌ ପାଢ଼ୀ, ଅସୀମା ପଣ୍ଡାଙ୍କ ମନଛୁଅଁା ଗୀତ, ପପୁ ପମ୍‌ପମ୍‌ଙ୍କ ହାସ୍ୟାଭିନୟ ସାଙ୍ଗକୁ ଆଖି ଝଲସାଇବା ଭଳି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦର୍ଶକଙ୍କୁ ବିଭୋର କରିଥିଲା।
ଉଦ୍‌ଘାଟନୀ ସନ୍ଧ୍ୟାକୁ ଜିଲାପାଳ ସରୋଜ କୁମାର ସେଠୀ ଉଦ୍‌ଘାଟନ କରି କହିଲେ, ଯୁବଗୋଷ୍ଠୀ ସେବାକାର୍ଯ୍ୟର ଉଦାହରଣ ହେଉଛି ବଜରଙ୍ଗ କ୍ଲବ। ଯୁବପିଢ଼ି ଉତ୍ସାହିତ ହେଲେ ଜିଲାର ଚିତ୍ର ବଦଳିବ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଲିଉଡ୍‌ ଅଭିନେତା ଆକାଶଦାସ ନାୟକ କହିଲେ, ସମସ୍ତଙ୍କ ମନରେ ତ୍ୟାଗ ଓ ସେବାର ଭାବନା ବଞ୍ଚତ୍ ରହିବା ଉଚିତ। ନିଜ ମାଟି ପାଇଁ ବଡ଼ ସ୍ବପ୍ନ ଦେଖିଲେ ସମସ୍ତେ ଆଗକୁ ବଢ଼ିପାରିବା। ବିଶିଷ୍ଟ ବାୟୋଟେକ୍ନୋଲୋଜି ଗବେଷକ ପଦ୍ମଶ୍ରୀ ପ୍ରଫେସର ଏ.ପି. ଦାସ, ଚଳଚ୍ଚିତ୍ର ଅଭିନେତା ଆକାଶଦାସ ନାୟକ, ସାମାଜିକ କର୍ମୀ ଅଭିମନ୍ୟୁ ଦାସ, ଜିଲାପାଳ ସେଠୀଙ୍କୁ ‘ବଜରଙ୍ଗ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକାରୀ ସମ୍ପାଦକ ସନ୍ଦୀପ ଷଡ଼ଙ୍ଗୀ ମଞ୍ଚାସୀନ ଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ସ୍ବୟମ୍‌ ପାଢ଼ୀଙ୍କ କଣ୍ଠରେ ତୁ ମୋ ନୂଆ ସାୟରି… ଭରପୂର କରତାଳି ସାଉଁଟିଥିଲା। କୋଲକାତାର ଅବ୍‌ନବ ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ଗଣେଶ ବନ୍ଦନା ନୃତ୍ୟ ଦର୍ଶକଙ୍କୁ ବିଭୋର କରିଥିଲା। ଉପସ୍ଥାପିକା ଲୁରିଆ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଶନିବାର ଏହାର ଉଦ୍‌ଯାପନୀ ଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri