ଆଖି ଝଲସାଇଲା ‘ଆଗ୍ନେୟ’

ଢେଙ୍କାନାଳ ଅଫିସ୍‌, ୧୪।୧: ଢେଙ୍କାନାଳର ବଜରଙ୍ଗ କ୍ଲବର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ରୌପ୍ୟଜୟନ୍ତୀ ସମାରୋହ ଆଗ୍ନେୟ-୨୦୨୩। ସ୍ବୟମ୍‌ ପାଢ଼ୀ, ଅସୀମା ପଣ୍ଡାଙ୍କ ମନଛୁଅଁା ଗୀତ, ପପୁ ପମ୍‌ପମ୍‌ଙ୍କ ହାସ୍ୟାଭିନୟ ସାଙ୍ଗକୁ ଆଖି ଝଲସାଇବା ଭଳି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦର୍ଶକଙ୍କୁ ବିଭୋର କରିଥିଲା।
ଉଦ୍‌ଘାଟନୀ ସନ୍ଧ୍ୟାକୁ ଜିଲାପାଳ ସରୋଜ କୁମାର ସେଠୀ ଉଦ୍‌ଘାଟନ କରି କହିଲେ, ଯୁବଗୋଷ୍ଠୀ ସେବାକାର୍ଯ୍ୟର ଉଦାହରଣ ହେଉଛି ବଜରଙ୍ଗ କ୍ଲବ। ଯୁବପିଢ଼ି ଉତ୍ସାହିତ ହେଲେ ଜିଲାର ଚିତ୍ର ବଦଳିବ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଲିଉଡ୍‌ ଅଭିନେତା ଆକାଶଦାସ ନାୟକ କହିଲେ, ସମସ୍ତଙ୍କ ମନରେ ତ୍ୟାଗ ଓ ସେବାର ଭାବନା ବଞ୍ଚତ୍ ରହିବା ଉଚିତ। ନିଜ ମାଟି ପାଇଁ ବଡ଼ ସ୍ବପ୍ନ ଦେଖିଲେ ସମସ୍ତେ ଆଗକୁ ବଢ଼ିପାରିବା। ବିଶିଷ୍ଟ ବାୟୋଟେକ୍ନୋଲୋଜି ଗବେଷକ ପଦ୍ମଶ୍ରୀ ପ୍ରଫେସର ଏ.ପି. ଦାସ, ଚଳଚ୍ଚିତ୍ର ଅଭିନେତା ଆକାଶଦାସ ନାୟକ, ସାମାଜିକ କର୍ମୀ ଅଭିମନ୍ୟୁ ଦାସ, ଜିଲାପାଳ ସେଠୀଙ୍କୁ ‘ବଜରଙ୍ଗ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକାରୀ ସମ୍ପାଦକ ସନ୍ଦୀପ ଷଡ଼ଙ୍ଗୀ ମଞ୍ଚାସୀନ ଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ସ୍ବୟମ୍‌ ପାଢ଼ୀଙ୍କ କଣ୍ଠରେ ତୁ ମୋ ନୂଆ ସାୟରି… ଭରପୂର କରତାଳି ସାଉଁଟିଥିଲା। କୋଲକାତାର ଅବ୍‌ନବ ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ଗଣେଶ ବନ୍ଦନା ନୃତ୍ୟ ଦର୍ଶକଙ୍କୁ ବିଭୋର କରିଥିଲା। ଉପସ୍ଥାପିକା ଲୁରିଆ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଶନିବାର ଏହାର ଉଦ୍‌ଯାପନୀ ଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?