Posted inଖେଳ

ଭାରତୀୟ ମହିଳା ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍‌ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ ଦଳରେ କିସ୍‌ର ୩ ଖେଳାଳି ହୁପି ମାଝି, ତରୁଲତା ନାଏକ ଓ ଦୁମୁନି ମାର୍ଣ୍ଡି ସାମିଲ ହୋଇ ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଛନ୍ତି। ଭାରତ ଲିଗ୍‌ ମ୍ୟାଚରେ ମଙ୍ଗୋଲିଆକୁ ୩୯-୦, ଗୁଆମକୁ ୨୬-୨୧, ୟୁଏଇକୁ ୨୧-୦ରେ ହରାଇ ସେମିଫାଇନାଲରେ ପ୍ରବେଶ କରିଥିଲା। ସେମିଫାଇନାଲରେ ଦଳ ଇଣ୍ଡୋନେସିଆକୁ ୧୭-୧୨ରେ ହରାଇଥିଲେ ହେଁ ଫାଇନାଲରେ ସିଙ୍ଗାପୁରଠାରୁ ୫-୧୭ରେ ପରାଜିତ ହୋଇ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲା। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ରୌପ୍ୟ ବିଜୟୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବେ ଇଷାନ କିଶାନ: ଏହି ଯୁବତୀଙ୍କୁ କରିବେ ଜୀବନସାଥୀ

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି-୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚରେ ଇଷାନ କିଶାନ ପାକିସ୍ତାନ ବିପକ୍ଷରେ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୪୦ ବଲରେ ୧୦ ଚୌକା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri