ଷ୍ଟେଜରେ ନିଆଁ ଲଗାଇଲେ ନିଶା ମହାରାଣା, ବସି ଦେଖୁଥିଲେ ପୋଲିସ ବାବୁ!

ବଲାଙ୍ଗୀର,୧୬।୧: ଚର୍ଚ୍ଚିତ ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କୁ ନେଇ ବଲାଙ୍ଗୀର ଜିଲାରେ ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ଅଭିଯୋଗ ହୋଇଛି ଯେ, ଯେଉଁ ଯାତ୍ରା ମଞ୍ଚରେ ନିଶା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ, ତାହାକୁ ଜଣେ ପୋଲିସ ଅଧିକାରୀ ହିଁ ଉଦ୍‌ଘାଟନ କରିଥିଲେ। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ଗତ ଜାନୁଆରୀ ୧୨ ତାରିଖରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଅଞ୍ଚଳରେ ଏକ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଭିଯୋଗ ଅନୁଯାୟୀ, ଚନ୍ଦନଭାଟି ଫାଣ୍ଡି ଅଧିକାରୀ ରଞ୍ଜିତ ପ୍ରଧାନ ଏହି ଶୋ’କୁ ଉଦ୍‌ଘାଟନ କରିଥିଲେ। କେବଳ ସେତିକି ନୁହେଁ, ମଞ୍ଚରେ ଅଶ୍ଳୀଳ ନୃତ୍ୟ ଚାଲିଥିବା ସମୟରେ ପୋଲିସ ବାବୁ ଜଣକ ଦର୍ଶକଙ୍କ ଗହଣରେ ବସି ନାଚ ଦେଖୁଥିଲେ ମଧ୍ୟ କୌଣସି ଆପତ୍ତି କରିନଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି।

ଏହି ଘଟଣା ପରେ ପୋଲିସ ପକ୍ଷରୁ ଯାତ୍ରା କାର୍ଯ୍ୟକ୍ରମର ଦୁଇ ଜଣ ଆୟୋଜକଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ କୋର୍ଟରେ ହାଜର କରାଯିବା ପରେ ଜାମିନ ମିଳିଥିବା ସୂଚନା ମିଳିଛି।

ଅଶ୍ଳୀଳ ନୃତ୍ୟ ପରିବେଷଣ ଅଭିଯୋଗରେ ବଲାଙ୍ଗୀର ସଦର ଥାନାରେ ନିଶା ମହାରାଣାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନିଶାଙ୍କୁ ଗିରଫ କରିବା ପାଇଁ ବଲାଙ୍ଗୀର ପୋଲିସର ଏକ ଟିମ୍ ଭୁବନେଶ୍ୱରରେ ଡେରା ପକାଇଛି।

ସାଧାରଣରେ ଶାଳୀନତା ରକ୍ଷା କରିବା ପାଇଁ ପୋଲିସର ଦାୟିତ୍ୱ ଥିବାବେଳେ, ଜଣେ ଅଧିକାରୀଙ୍କ ଉପସ୍ଥିତିରେ ଏଭଳି ଅଭଦ୍ରାମି କିପରି ଚାଲିଥିଲା, ସେ ନେଇ ସାଧାରଣ ଲୋକେ ପ୍ରଶ୍ନ ଉଠାଇଛନ୍ତି। ଯାତ୍ରାର ପାରମ୍ପରିକ ଗାରିମା ନଷ୍ଟ କରୁଥିବା ଏଭଳି ନୃତ୍ୟକୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ଯାତ୍ରାପ୍ରେମୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କ ସହ ହୋଲି ଖେଳି ଶୁଭେଚ୍ଛା ଜଣାଇଲେ ଏମ୍‌ପି-ଏମ୍‌ଏଲ୍‌ଏ

ପାଟଣା,୪ା୩(ବୀରକିଶୋର ଦାଶ): ରଙ୍ଗର ପର୍ବ ହୋଲି ଅବସରରେ ବୁଧବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓ ପାଟଣା ଏମ୍‌ଏଲ୍‌ଏ ଅଖିଳ ନାଏକ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା…

ଗଞ୍ଜାମରେ ଧୂମଧାମରେ ପାଳନ ହେଲା ହୋଲି :ସାମିଲ ହେଲେ ମହିଳା

ଗଞ୍ଜାମ,୪/୩(ବିଦ୍ୟାଧର ସାହୁ ):ସମଗ୍ର ଭାରତ ବର୍ଷରେ ପବିତ୍ର ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳିତ ହୋଇଛି। ୱାର୍ଡ…

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ,…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri