Posted inUncategorized

ଭୁବନେଶ୍ୱରରେ ରୁପା କିଲୋ ୧.୧୦ ଲକ୍ଷ

ଭୁବନେଶ୍ୱର,୧୩।୪ (ଅଭୟ ଦାଶ): ଘରୋଇ ବଜାରରେ କ୍ରମାଗତ ଭାବେ ସୁନା ଓ ରୁପାର ମୂଲ୍ୟ ବୃଦ୍ଧି ପାଇଚାଲିଛି। ଏପରିକି ସୁନା ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା ବେଳେ ରୁପା ଦର କିଲୋଗ୍ରାମ ପିଛା ୧.୧୦ ଲକ୍ଷ (୧,୧୦,୦୦୦ ଟଙ୍କା)ରେ କାରବାର ହେଉଛି।

ଅପରପକ୍ଷରେ ବୈଶ୍ୱକ ସ୍ତରର ଯୁଦ୍ଧ ପରିସ୍ଥିତି ଏବଂ ଚାଇନା ଓ ଆମେରିକାର ତିକ୍ତତା ସାଙ୍ଗକୁ ନୂଆ ଟାରିଫ୍‌, ବାଣିଜ୍ୟ ନୀତି ସହ ଉତ୍ପାଦନରେ ହ୍ରାସର ପ୍ରଭାବ ଯୋଗୁ ସୁନା, ରୁପାର ଦର ବୃଦ୍ଧି ହେଉଛି। ସେହିଭଳି ଫେଡେରାଲର ରିଜର୍ଭର ସୁଧହାର ବୃଦ୍ଧି ଏବଂ ଟ୍ରମ୍ପଙ୍କ ନୂଆ ବାଣିଜି୍ୟ ନୀତିର ପ୍ରଭାବ ଭାରତୀୟ ବଜାରରେ ସିଧାସଳଖ ପ୍ରଭାବ ପକାଉଛି।

ଉଲ୍ଲେଖଯୋଗ୍ୟ, ଶନିବାର ଭୁବନେଶ୍ୱରରେ ରୁପା ଦର କିଲୋପିଛା ୧.୧୦ ଲକ୍ଷ ଟଙ୍କା ଥିଲାବେଳେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୯୫,୫୮୦ ଟଙ୍କା ଥିଲାବେଳେ ୨୨ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୮୭,୭୦୦ ଟଙ୍କାରେ କାରବାର ହେଉଛି। ଏପରିକି ରାଜ୍ୟର ପ୍ରମୁଖ ସହର କଟକ, ପୁରୀ, ବ୍ରହ୍ମପୁର, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ଅନୁଗୋଳ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ବରଗଡ଼, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ଭଳି ସହରର ରୁପା କିଲୋ ପିଛା ୧.୮ରୁ ୧.୧୦ ଲକ୍ଷ ମଧ୍ୟରେ କାରବାର ହେଉଛି ବୋଲି ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ସେହିପରି ନୂଆଦଲ୍ଲୀରେ ରୁପା କିଲୋଗ୍ରାମ ପିଛା ୯୪,୩୩୦ ଟଙ୍କା ରହିଥିଲାବେଳେ ମୁମ୍ବାଇ, ଚେନ୍ନାଇ ଏବଂ କୋଲକାତା ଭଳି ପ୍ରମୁଖ ମହାନଗରରେ ରୁପା କିଲୋଗ୍ରାମ ପିଛା ୯୪,୪୯୦ ଟଙ୍କା, ୯୪,୭୬୦ ଟଙ୍କା ଏବଂ ୯୪,୩୬୦ ଟଙ୍କାରେ କାରବାର ହେଉଛି। ଉପରୋକ୍ତ ମହାନଗରଗୁଡ଼ିକରେ ସୁନା ଦର ୯୪,୦୦୦ ରୁ ୯୬,୦୦୦ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା...

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା

ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri