ବଳଙ୍ଗା ଘଟଣାର ରହସ୍ୟ ଖୋଲିବ ରୁପା ମୁଦି: ସବୁ ଖୋଲି କହିଦେଲେ ପୀଡ଼ିତା

ବଳଙ୍ଗା/ଭୁବନେଶ୍ୱର,୨୬ା୭ (କେଦାରେଶ୍ୱର ନନ୍ଦ/ ରବିନାରାୟଣ ଜେନା):ପୁରୀ ଜିଲାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାକୁ ୭ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ହାତ ଖାଲି। ଏହି ଘଟଣାରେ ପୋଲିସ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ତଦନ୍ତ ଜାରି ରହିଥିବାବେଳେ ଘଟଣାସ୍ଥଳରୁ ପୋଲିସକୁ ମିଳିଥିବା ଏକ ରୁପାମୁଦି ଅନେକ ରହସ୍ୟ ଉନ୍ମୋଚନ କରିପାରେ ବୋଲି ଚର୍ଚ୍ଚା ଚାଲିଛି। ଅନ୍ୟପକ୍ଷରେ ଶୁକ୍ରବାର ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିବା ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ଭିଡିଓ ମାଧ୍ୟମରେ ବୟାନ ରେକର୍ଡ କରାଯାଇଛି। ବୟାନ ରେକର୍ଡ ସମୟରେ ଡାକ୍ତର, ଜଣେ ମାଜିଷ୍ଟ୍ରେଟ୍‌, ବଳଙ୍ଗା ଥାନା ପୋଲିସ, ଓଡ଼ିଶା କ୍ରାଇମବ୍ରାଞ୍ଚର ଜଣେ ଅଧିକାରୀ ଏବଂ ପୀଡ଼ିତାଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ। କ୍ରାଇମବ୍ରାଞ୍ଚକୁ ଏହି ବୟାନରୁ ଅଧିକ ତଥ୍ୟ ମିଳିଥିବାବେଳେ ତଦନ୍ତ ତ୍ୱରାନ୍ବିତରେ ବେଶ୍‌ ସହାୟକ ହେବ ବୋଲି କୁହାଯାଉଛି। ଗୁରୁବାର ପୀଡ଼ିତାଙ୍କର ସ୍କିନ୍‌ ଗ୍ରାଫ୍ଟିଂ ସର୍ଜରି କରାଯାଇଥିବା ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଘଟଣା ଘଟିବା ପରଠାରୁ ଓଡ଼ିଶା ପୋଲିସ, କ୍ରାଇମବ୍ରାଞ୍ଚ ଓ ସ୍ପେଶାଲ ବ୍ରାଞ୍ଚ ବିଭିନ୍ନ ଦିଗକୁ ନେଇ ଅଧିକ ତଦନ୍ତ ଜାରି ରଖିଥିବା ବେଳେ ଘଟଣାସ୍ଥଳରୁ ଏକ ରୁପାମୁଦି ଜବତ କରାଯାଇଛି। ଗୁରୁବାର ରାତିରେ ଜଣେ ସୁନା ଦୋକାନୀଙ୍କୁ ପୋଲିସ ଏହି ରୁପାମୁଦି ବିଷୟରେ ଅଧିକ ପଚରାଉଚରା କରିଛି। ବଳଙ୍ଗା ବଜାରସ୍ଥିତ କ୍ରିଷ୍ଣା ଜୁଏଲାରିରୁ ପ୍ରାୟ ଦୁଇରୁ ଅଢେଇ ମାସ ତଳେ ପୀଡ଼ିତାଙ୍କ ଘର ନିକଟରେ ଥିବା ଜଣେ ନାବାଳିକା ସାଙ୍ଗ ଏହି ମୁଦିଟି କିଣିଥିବା ସୂଚନା ମିଳିଛି। କିଛିଦିନ ତଳେ ପୋଲିସ ସମ୍ପୃକ୍ତ ନାବାଳିକାଙ୍କୁ ପଚରଉଚରା କରିଥିଲା। ତେବେ ଘଟଣାସ୍ଥଳକୁ ମୁଦିଟି କିପରି ଗଲା, ଆଗକୁ ତଦନ୍ତ ପରେ ତାହା ଜଣାପଡ଼ିବ। ପୋଲିସ ସମ୍ପୃକ୍ତ ନାବାଳିକାଙ୍କୁ ପୁଣି ପଚରାଉଚରା କରିଥିବା ଜଣାପଡ଼ିଛି। ଚଳିତମାସ ୨୦ ତାରିଖରେ ବଳଙ୍ଗା ପୀଡ଼ିତାଙ୍କୁ ଉତ୍ତମ ଚିକିତ୍ସା ଲାଗି ନୂଆଦିଲ୍ଲୀସ୍ଥିତ ଏମ୍‌ସକୁ ଏୟାର ଆମ୍ବୁଲାନ୍ସ ଯୋଗେ ନିଆଯାଇଥିଲା। ପୀଡ଼ିତାଙ୍କ ଶରୀରର ୭୫ ଭାଗ ପୋଡ଼ି ଯାଇଥିବାବେଳେ ତାଙ୍କୁ ବର୍ନ ଓ ପ୍ଲାଷ୍ଟିକ ୟୁନିଟ୍‌ରେ ରଖାଯାଇ ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?