ଗୁମର ଖୋଲିବ ରୁପା ମୁଦି: ବଳଙ୍ଗାରେ କ୍ରାଇମବ୍ରାଞ୍ଚ ଟିମ୍‌

ବଳଙ୍ଗା,୨୧।୭: ବଳଙ୍ଗାରେ ୧୫ ବର୍ଷର ଝିଅଙ୍କୁ ତିନି ଜଣ ଦୁର୍ବୃତ୍ତ କିରୋସିନ ଢାଳି ନିଆଁ ଲଗାଇବା ଘଟଣାରେ ପୋଲିସ ହାତ ଏପର୍ଯ୍ୟନ୍ତ ଖାଲି ରହିଛି। ଘଟଣାକୁ ୩ ଦିନ ବିତିଯାଇଥିଲେ ମଧ୍ୟ କୌଣସି ବ୍ୟକ୍ତିଙ୍କୁ ଅଟକ କିମ୍ବା ଗିରଫ କରାଯାଇନାହିଁ। ଏହି ଘଟଣାର ଅଧିକ ତଦନ୍ତ ପାଇଁ ବଳଙ୍ଗାରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚିଛନ୍ତି। ଏହି ଟିମ୍‌ ବଳଙ୍ଗା ଥାନାକୁ ଯାଇ ତଦନ୍ତର ଦିଗ ବୁଝିବା ସହ ପୀଡ଼ିତାଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତିଙ୍କ ଘରକୁ ମଧ୍ୟ ଯାଇଛନ୍ତି।

ବଳଙ୍ଗା ପୀଡ଼ିତାଙ୍କ କହିବା ଅନୁସାରେ, ୩ ଯୁବକ ନିଆଁ ଲଗାଇ ଦେଇଥିଲେ। ହେଲେ କିଏ ସେହି ତିନି ଦୁର୍ବୃତ୍ତ ଏବଂ କାହିଁକି ନିଆଁ ଲଗାଇଲେ ସେନେଇ କୌରସି ସୂଚନା ମିଳିପାରି ନାହିଁ। ପୀଡ଼ିତା ୮ ସଂପର୍କୀୟଙ୍କୁ ସ୍କାନରରେ ରଖି ପୋଲିସ ତଥ୍ୟ ଆଦାୟ କରୁଛି। ଫରେନସିକ ଟିମ ଗାଁରେ ପ୍ରମାଣ ଖୋଜୁଛି। ପୀଡ଼ିତାଙ୍କ ଘରେ ବ୍ୟବହୃତ କିରୋସିନ ବୋତଲ, ପୀଡ଼ିତାଙ୍କ ବାପାଙ୍କ ବଳଙ୍ଗାରେ ଥିବା ଗ୍ୟାରେଜ ଦୋକାନ ଚାବିକୁ ଜବତ କରି ପୋଲିସ ତଦନ୍ତ ଚଳାଇଛି। ଏହାସହ ଘଟଣାସ୍ଥଳରୁ ମିଳିଛି ଏକ ରୁପା ମୁଦି। ଏହି ମୁଦି କାହାର ଏବଂ ଘଟଣାସ୍ଥଳକୁ କେମିତି ଆସିଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୋଲିସ ମୁଦି ଜବତ କରିଛି।

ଉଲ୍ଲେଖଯୋଗ୍ୟ, ଶନିବାର ଦିନ ଝିଅଟି ଜଣେ ବନ୍ଧୁଙ୍କୁ ଭେଟିବାକୁ ଯାଉଥିବା ସମୟରେ ଭାର୍ଗବୀ ନଦୀ ନିକଟରେ ତିନି ଜଣ ଅଜଣା ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ବାସିନ୍ଦାମାନେ ତାଙ୍କୁ ସାହାଯ୍ୟ କରିବାକୁ ଦୌଡ଼ି ଆସିଥିଲେ ଏବଂ ନିଆଁ ଲିଭାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର ପୂର୍ବରୁ ପ୍ରଥମେ ନିକଟସ୍ଥ ଏକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ମାତ୍ର ସେ ଅଜଣା ଯୁବକ କିଏ ଥିଲେ, କାହିଁକି ନାବାଳିକାଙ୍କୁ ଆକ୍ରମଣ କଲେ, ଏନେଇ ଏପର୍ଯ୍ୟନ୍ତ କିଛି ବି ତଥ୍ୟ ହସ୍ତଗତ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?