‘ଇ-ମମତା ୨.୦’କୁ ସିଲ୍‌ଭର୍‌ ସ୍କଚ୍‌ ଆୱାର୍ଡ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମହିଳା ଓ ଶିଶୁ ବିକାଶ ବିଭାଗର ‘ଇ-ମମତା ୨.୦’କୁ ଦିଲ୍ଲୀର ସମ୍ବିଧାନ କ୍ଲବରେ ଜାତୀୟସ୍ତରରେ ସମ୍ମାନଜନକ ସିଲ୍‌ଭର୍‌ ସ୍କଚ୍‌ ଆୱାର୍ଡ ମିଳିଛି। ଓଡ଼ିଶାର ମା’ ଓ ଶିଶୁ ମୃତ୍ୟୁ ହାର ହ୍ରାସ କରିବା ସହ ଗର୍ଭବତୀ ଓ ପ୍ରସୂତି ମା’ ଏବଂ ସେମାନଙ୍କ ଶିଶୁଙ୍କ ସ୍ବାସ୍ଥ୍ୟ ଓ ପୁଷ୍ଟିକର ସ୍ଥିତିରେ ଉଲ୍ଲେଖନୀୟ ରୂପାନ୍ତରଣ ନିମନ୍ତେ ଏହି ଯୋଜନାକୁ ପୁରସ୍କୃତ କରାଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ଶାସନ ସଚିବ ଏବଂ ମମତା ଯୋଜନାର ଷ୍ଟେଟ୍‌ ପ୍ରୋଗ୍ରାମ ସଂଯୋଜକ ଉପସ୍ଥିତ ରହି ଏହି ସମ୍ମାନ ଗ୍ରହଣ କରିଛନ୍ତି।
ମା’ ଓ ଶିଶୁ ମୃତ୍ୟୁ ହାର ହ୍ରାସ କରିବା ଲକ୍ଷ୍ୟ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୧୧ରେ ମମତା ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନାରେ ଆଜିପର୍ଯ୍ୟନ୍ତ ଓଡ଼ିଶାର ପ୍ରାୟ ୬୦ ଲକ୍ଷରୁ ଊର୍ଦ୍ଧ୍ୱ ଗର୍ଭବତୀ ମହିଳା ଓ ପ୍ରସୂତି ମା’ମାନଙ୍କୁ ସ୍ବାସ୍ଥ୍ୟ କ୍ଷେତ୍ରରେ ସୁବିଧା ଯୋଗାଇଦେବା ସହ ୨,୮୯୯ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ରାଶି ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ହସ୍ତାନ୍ତରିତ କରାଯାଇଛି। ୫-‘ଟି’ ରୂପାନ୍ତରଣରେ ଏହି ଯୋଜନାର ସଫଳ ରୂପାୟନ ହେଉଛି। ମମତା ଯୋଜନାକୁ ଲୋକାଭିମୁଖୀ କରିବା ଦିଗରେ ‘ଇ-ମମତା ୨.୦’ ଆପ୍ଲିକେଶନର ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ଜାତୀୟସ୍ତରରେ ଏହି ‘ଇ-ମମତା ୨.୦’ ଆପ୍ଲିକେଶନକୁ ଭୂୟସୀ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri