Posted inଖେଳ

ଦଣ୍ଡପତି, ଲକ୍ଷ୍ମୀପ୍ରିୟାଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭୋପାଳର ତାନ୍ତିଆ ଟୋପେ ଷ୍ଟାଡିୟମରେ ଚାଲିଥିବା ୧୭ତମ ଜାତୀୟ ୟୁଥ୍‌ (୧୮ ବର୍ଷରୁ କମ୍‌) ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ରବିବାର ଓଡ଼ିଶାର ଦଣ୍ଡପତି ଜୟରାମ ଓ ଲକ୍ଷ୍ମୀପ୍ରିୟା କିଷାନ ରୌପ୍ୟ ପଦକ ହାସଲ କରଛନ୍ତି। ବାଳକ ୧୦୦ ମିଟର ରେସ୍‌କୁ ୧୦.୯୧ ସେକେଣ୍ଡରେ ଅତିକ୍ରମ କରି ଦଣ୍ଡପତି ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। କେରଳର ଆଶଲିନ ଆଲେକ୍‌ଜାଣ୍ଡର (୧୦.୮୭ ସେକେଣ୍ଡ) ସ୍ବର୍ଣ୍ଣ ଓ ପଶ୍ଚିମବଙ୍ଗର ଅଲମାସ କବିର (୧୦.୯୨) ବ୍ରୋଞ୍ଜ ପଦକ ପାଇଥିଲେ। ସେହିପରି ବାଳିକା ୮୦୦ ମିଟର ରେସ୍‌ରେ ଲକ୍ଷ୍ମୀପ୍ରିୟା ୨:୧୬.୪୮ ସେକେଣ୍ଡ ସମୟ ନେଇ ରୌପ୍ୟ ପଦକ ଲାଭ କରିଥିଲେ। ଏହି ଇଭେଣ୍ଟରେ ଝାଡ଼ଖଣ୍ଡର ଆଶାକିରଣ ବାର୍ଲା (୨:୮.୪୫) ଓ ହରିୟାଣାର ଆଶା (୨:୧୬.୬୦) ଯଥାକ୍ରମେ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ ପାଇଥିଲେ। ଲଙ୍ଗ୍‌ଜମ୍ପ ଇଭେଣ୍ଟରେ ଯମୁନା ଟୁଡି ଓ ସବିତା ଟପ୍ପୋ ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନରେ ରହିଥିଲେ। ବାଳକ ୮୦୦ ମିଟରରେ ପଙ୍କଜ ମଣ୍ଡଳ ୮ମ ସ୍ଥାନ ପାଇଥିଲେ। ଦ୍ୱିତୀୟ ଦିବସ ଶେଷସୁଦ୍ଧା ଓଡ଼ିଶା ମୋଟ ୧ ସ୍ବର୍ଣ୍ଣ ଓ ୨ ରୌପ୍ୟ ପଦକ ହାସଲ କରିଛି। ସୋମବାର ପ୍ରତିଯୋଗିତାର ଶେଷ ଦିବସ।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri